ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଅନୁପମ ଶାହ ଅତିରିକ୍ତ ସଚିବ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ୍ ଆଇଏଏସ୍ ଅରିନ୍ଦମ ଡାକୁଆ ଓ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ୨୦୧୨ ବ୍ୟାଚ୍ ଆଇଏଏସ୍ ଅନୁପ ଶାହଙ୍କୁ ନିଯୁକ୍ତି ମିଳିଛି। ଏହି ଦୁଇ ଓଡ଼ିଆ ଆଇଏଏସ ଏବେ ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ୨୦୧୧ ବ୍ୟାଚ୍ ଆଇଏଏସ ତଥା କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି।

ସେହିପରି ଜଗତସିଂହପୁର ଜିଲ୍ଲାପାଳ ୨୦୧୨ ବ୍ୟାଚ୍ ଆଇଏଏସ୍ ଅନୁପମ ଶାହଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅରିନ୍ଦମଙ୍କ ଘର ଭଞ୍ଜନଗର ଅଂଚଳରେ ହୋଇଥିବାବେଳେ ଅନୁପମଙ୍କ ଘର କଳାହାଣ୍ଡି ଜିଲ୍ଲାରେ। ସାଧାରଣ ନିର୍ବାଚନ ପୂର୍ବରୁ ନିର୍ଦ୍ଦେଶକ ପାହ୍ୟାର ଏହି ଦୁଇ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ନିର୍ବାଚନ କମିଶନ ନିଯୁକ୍ତି ଦେଇଥିଲେ।

Arindam Dakua

ଶ୍ରୀ ଡାକୁଆ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ମାସ ପର୍ଯ୍ୟନ୍ତ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଉପଜିଳ୍ଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଶ୍ରୀ ଡାକୁଆ ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିସାରିଛନ୍ତି । ସେହିପରି ଶ୍ରୀ ଶାହ ୨୦୧୪ ସେପ୍ଟେମ୍ବରରୁ ୨୦୧୫ ଡିସେମ୍ବର ପର୍ଯ୍ୟନ୍ତ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ ଓଡ଼ିଶାରେ କ୍ୟାରିୟର ଆରମ୍ଭ କରିଥିଲେ। ଶ୍ରୀ ଶାହା କୋରାପୁଟ ଓ ଗଜପତି ଜିଲ୍ଲାପାଳ ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି।

ସୂଚନାଯୋଗ୍ୟ, ଗତ ଦୁଇ ସପ୍ତାହ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ ବରିଷ୍ଠ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ ନିଯୁକ୍ତି ମିଳିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+