Get Updates
Get notified of breaking news, exclusive insights, and must-see stories!

ଧବଳେଶ୍ୱରଙ୍କ ପୀଠ ଲୋକାରଣ୍ୟ: ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନିତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା।

ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ୱରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ। । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିଥାନ୍ତି ।

ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ଆଜି ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ତାହାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିତରଣ କରାଯିବ। ଶାନ୍ତିଶୃଙ୍ଖଳା ଦର୍ଶନ ପାଇଁ ପୀଠରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

cuttack dhabaleswara temple

ସେହିପରି ପଞ୍ଚୁକରେ କାଳିଆ ଦର୍ଶନ ନିମନ୍ତେ ପୁରୀରେ ଅସମ୍ଭବ ଭିଡ଼ ଲାଗି ରହିଛି। ଏହି ସୟମୟରେ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବାକୁ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏଥିସହ ପୁରୀରେ ପ୍ରାୟ ୩୮ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଧାଡ଼ି ମାଧ୍ୟମରେ ପ୍ରବେଶ ସୁଯୋଗ ମିଳୁଛି। ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଯୋଗୁଁ ନାକେଦମ୍ ହେଉଛି ପୁଲିସ ପ୍ରଶାସନ।

ଅବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ,ଖୁଣ୍ଟିଆ,ଚାଙ୍ଗଡା ମେକାପ ଏବ ପୁଷ୍ପାଳକ ସେବକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥିଲେ । ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସାର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ଏହି ବେଶ ଦର୍ଶନ ପାଇଁ ଲମ୍ବା ଲାଇନରେ ଭକ୍ତମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ରତ୍ନସିଂହାସନରେ ଚର୍ମଚକ୍ଷୁରେ ଦର୍ଶନ କରି ବେଶ୍ ଖୁସି ପ୍ରକଟ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+