ଆସନ୍ତାକାଲି ୧୨ ଘଣ୍ଟିଆ କଟକ ବନ୍ଦ
ମୂର୍ତ୍ତି ଉଚ୍ଚତା କଟକଣା ପ୍ରତିବାଦରେ ଆସନ୍ତାକାଲି ୧୨ ଘଣ୍ଟିଆ କଟକ ବନ୍ଦ । କଟକ ମହାନଗର ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି ।
କଟକ: ମୂର୍ତ୍ତି ଉଚ୍ଚତା କଟକଣା ପ୍ରତିବାଦରେ ଆସନ୍ତାକାଲି ୧୨ ଘଣ୍ଟିଆ କଟକ ବନ୍ଦ । କଟକ ମହାନଗର ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ମାଲଗୋଦାମ ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରଖିବାକୁ ଆହ୍ୱାନ ଦେଇଛି ବିଜେପି ।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ ଏହି ସୂଚନା ଦେଇଛନ୍ତି। ତେବେ ଏହି ବନ୍ଦରୁ ସମସ୍ତ ଜରୁରୀ ସେବାକୁ ବାଦ୍ ଦିଆଯିବ ବୋଲି ସେ ସ୍ପଷ୍ଟ ଭାବେ କହିଛନ୍ତି।
କଟକର ପୂଜା କମିଟି ଗୁଡ଼ିକ ପକ୍ଷରୁ ମୂର୍ତ୍ତିର ଉଚ୍ଚତା ବଢ଼ାଇବା ପାଇଁ ଅନୁରୋଧ କରାଯାଇଥିବା ବେଳେ ସରକାର ଏହାକୁ ୪ ଫୁଟ୍ରେ ରଖିବାକୁ କହି ତାଙ୍କ ପୂର୍ବ ନିଷ୍ପତ୍ତିକୁ ବଲବତ୍ତର ରଖିଛନ୍ତି। ଏହା ଦ୍ୱାରା କଟକର ମୁରବିଙ୍କୁ ସରକାର ଅପମାନିତ କରିଛନ୍ତି ବୋଲି ସମୀର କହିଛନ୍ତି।
ବନ୍ଦ ସମୟରେ ରାସ୍ତାରୋକ କରାଯିବ ନାହିଁ କି ପୋଡାଜଳା କରାଯିବ ନାହିଁ ବୋଲି ବିଜେପି ପକ୍ଷରୁ କୁହାଯାଇଛି । ମୂର୍ତି ଉଚ୍ଚତା ବୃଦ୍ଧି ପାଇଁ ପୂର୍ବରୁ ଦାବି କରିଥିଲା ବିଜେପି । ନିଷ୍ପତିର ପୁନଃବିଚାର କରାନଗଲେ ୧୩ତାରିଖରେ କଟକ ବନ୍ଦ ପାଇଁ ଚେତାବନୀ ଦେଇଥିଲା । କିନ୍ତୁ ସରକାର ପୂର୍ବ କଟକଣାକୁ ବଳବତର ରଖିଛନ୍ତି ।












Click it and Unblock the Notifications