Get Updates
Get notified of breaking news, exclusive insights, and must-see stories!

ଆସନ୍ତା କାଲି ଲୋକାର୍ପଣ ହେବ କଟକ ନେତାଜୀ ବସ୍ ଟର୍ମିନାଲ୍

କଟକ: ଆସନ୍ତା କାଲି ଲୋକାର୍ପଣ ହେବ କଟକ ନେତାଜୀ ବସ୍ ଟର୍ମିନାଲ୍ । ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ 4.30 ସମୟରେ କଟକ ଆସି ଉଦଘାଟନ କରିବେ ।

cuttack netaji bus terminal

ବସ ଟର୍ମିନାଲ ସହ ସହରରେ ନିର୍ମିତ ହୋଇଥିବା ଓ ହେବାକୁ ଯାଉଥିବା 12 ଟି ପ୍ରକଳ୍ପର ଉଦଘାଟନ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । 15 ଏକର ପରିମିତ ଜମି ଉପରେ ତିଆରି କରାଯାଇଥିବା ଏହି ବସ ଟର୍ମିନାଲରେ ଖର୍ଚ୍ଚ ହୋଇଛି 90.2 କୋଟି ଟଙ୍କା । ଏଠାରେ 192 ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି ।

ଏହି ମେଗା ପ୍ରକଳ୍ପର ଉଦଘାଟନ ପାଇଁ ସିଡିଏ, ଜିଲ୍ଲା ପ୍ରଶାସନ, ସିଏମସି ପକ୍ଷରୁ ଆଜି ଚୂଡାନ୍ତ ପ୍ରସ୍ତୁତି ସମୀକ୍ଷା କରାଯାଇଛି । ଟର୍ମିନାଲ ପରିସରରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଯୋଗଦେବା ସହିତ ଭର୍ଚୁଆଲରେ ଅନ୍ୟ 12 ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ । ଟର୍ମିନାଲରେ ବୁଲି ପୁରା ପ୍ରୋଜେକ୍ଟ ଦେଖିବା ସହିତ ପତାକା ଦେଖାଇ ବସ ଯାତ୍ରା ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ଏଥି ପାଇଁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି । କଟକ ସନସାଇନ ପଡିଆ ଠାରେ ହେଲିପ୍ୟାଡ଼ ବ୍ୟବସ୍ଥା କରାଯାଇଥିବା ସହ ହେଲିପ୍ୟାଡ଼ ରୁଟ ଲାଇନଲିଙ୍ଗ ଏବଂ ସଭାସ୍ଥଳ ନିକଟରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଜି କାରକେଡ଼ ଅଭ୍ୟାସ କରାଯାଛି । 20 ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ 100 ପୁଲିସ ଅଧିକାରୀ ମୁତୟନ ରହିବେ । ଉଦଘାଟନୀ ଭିଡ଼ ନିୟନ୍ତ୍ରଣ ନେଇ ଟ୍ରାଫିକ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରାଯାଇଥିବା କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+