ଆଜି ଲୋକାର୍ପଣ ହେବ କଟକ ନେତାଜୀ ବସ୍ ଟର୍ମିନାଲ୍: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଆଜି ଲୋକାର୍ପଣ ହେବ କଟକ ନେତାଜୀ ବସ୍ ଟର୍ମିନାଲ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ । ଅପରାହ୍ନ ୪:୩୦ ସମୟରେ କଟକ ଆସି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏଥି ପାଇଁ ସବୁ ପ୍ରସ୍ତୁତି ସରିଛି । ସୁରକ୍ଷା ବି ସମ୍ପୂର୍ଣ୍ଣ କଡାକଡି କରାଯାଇଛି ।
ବସ ଟର୍ମିନାଲ ସହ ସହରରେ ନିର୍ମିତ ହୋଇଥିବା ଓ ହେବାକୁ ଯାଉଥିବା ୧୨ଟି ପ୍ରକଳ୍ପର ଉଦଘାଟନ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ୧୫ ଏକର ପରିମିତ ଜମି ଉପରେ ତିଆରି କରାଯାଇଥିବା ଏହି ବସ ଟର୍ମିନାଲରେ ଖର୍ଚ୍ଚ ହୋଇଛି ୯୦.୨ କୋଟି ଟଙ୍କା । ଏଠାରେ ୧୯୨ ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି ।
ଏହି ମେଗା ପ୍ରକଳ୍ପର ଉଦଘାଟନ ପାଇଁ ସିଡିଏ, ଜିଲ୍ଲା ପ୍ରଶାସନ, ସିଏମସି ପକ୍ଷରୁ ଆଜି ଚୂଡାନ୍ତ ପ୍ରସ୍ତୁତି ସମୀକ୍ଷା କରାଯାଇଛି । ଟର୍ମିନାଲ ପରିସରରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଯୋଗଦେବା ସହିତ ଭର୍ଚୁଆଲରେ ଅନ୍ୟ 12 ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ । ଟର୍ମିନାଲରେ ବୁଲି ପୁରା ପ୍ରୋଜେକ୍ଟ ଦେଖିବା ସହିତ ପତାକା ଦେଖାଇ ବସ ଯାତ୍ରା ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ଉଦଘାଟନୀ ଭିଡ଼ ନିୟନ୍ତ୍ରଣ ନେଇ ଟ୍ରାଫିକ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରାଯାଇଥିବା କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି । ଏଥି ପାଇଁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି । କଟକ ସନସାଇନ ପଡିଆ ଠାରେ ହେଲିପ୍ୟାଡ଼ ବ୍ୟବସ୍ଥା କରାଯାଇଥିବା ସହ ହେଲିପ୍ୟାଡ଼ ରୁଟ ଲାଇନଲିଙ୍ଗ ଏବଂ ସଭାସ୍ଥଳ ନିକଟରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗତକାଲିଠୁ କାରକେଡ଼ ଅଭ୍ୟାସ କରାଯାଛି । ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ୧୦୦ ପୁଲିସ ଅଧିକାରୀ ମୁତୟନ ରହିବେ ।
-
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
ଏଲପିଜି ନିୟମକୁ ସଂଶୋଧନ କଲେ କେନ୍ଦ୍ର ସରକାର, ଏଣିକି ପିଏନ୍ଜି ସଂଯୋଗ ଥିଲେ ମିଳିବ ନାହିଁ ଏଲ୍ପିଜି -
ତମିଲନାଡରେ ବିଜେପିର ରଣନୀତି, ବିଜୟଙ୍କୁ ଦେଲା ବଡ ଅଫର୍ -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ , ଯାତାୟାତ ବନ୍ଦ ପାଇଁ ସୂଚନା ଦେଲେ ପୁରୀ ଏସ୍ପି -
ବିବାହ ବନ୍ଧନରେ ବାନ୍ଧିହେଲେ କୁଲଦୀପ-ବଂଶୀକା












Click it and Unblock the Notifications