କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
କଟକ SCB ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।
ସୂଚନା ଅନୁସାରେ ଆଜି SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ମିଳିଲା ପରିଚୟ ମିଳିଛି। ୧୦ ମୃତକ ଜଣଙ୍କ ମଧ୍ୟରେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ.ଡି ନ୍ୟୁମ, ଗୌରାଙ୍ଗ ବାରିକ, ଏସ କେ ଅବଦୁଲ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା, ମେନକା ରାଉତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ। ମେଡିକାଲ ବୁଲି ଦେଖିବା ପରେ ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି।












Click it and Unblock the Notifications