ସକ୍ରିୟ ହେଲା ଘୂର୍ଣ୍ଣିବଳୟ , ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ତେବେ ଆଜି କେନ୍ଦୁଝର , ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗ ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସହିପରି ଦେବଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨ ଓ ୩ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।












Click it and Unblock the Notifications