Get Updates
Get notified of breaking news, exclusive insights, and must-see stories!

ଆସୁଛି ‘ଅସାନି’: ୧୦-୧୧ ରେ ପ୍ରବଳ ବର୍ଷା, ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି

ଭୀଷଣ ବାତ୍ୟାରେ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ ।

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ଅସାନୀ । ଘନୀଭୂତ ହୋଇ ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୧୦୩୦ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୭୦ କିଲୋମିଟର ଦୂରରେ ରହିଛି । ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ।

ପ୍ରବଳ ବର୍ଷା

ତେବେ ଭୀଷଣ ବାତ୍ୟାରେ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ତାରିଖରେ ୫ ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ରହିପାରେ । ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ପବନର ବେଗ ବଢ଼ିବ ।

ସେପଟେ ବାତ୍ୟା ପ୍ରଭାବରେ ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ପବନ ଲାଗି ରହିବ । ପାରାଦୀପ, ଗୋପାଳପୁର, ଚାନ୍ଦବାଲି ଓ ପୁରୀ ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ପ୍ରଭାବରେ କାଲିଠୁ ଓଡ଼ିଶା ଓ ଆନ୍ଧ୍ର ଉପକୂଳ ସମୁଦ୍ର ଅଶାନ୍ତ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+