Get Updates
Get notified of breaking news, exclusive insights, and must-see stories!

ସୃଷ୍ଟି ହେଲା ବାତ୍ୟା ‘ଅସାନି’: ସନ୍ଧ୍ୟାରେ ନେବ ଭୀଷଣ ବାତ୍ୟାର ରୂପ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି । ୨୪ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି । ୨୪ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୧୦୩୦ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୭୦ କିଲୋମିଟର ଦୂରରେ ରହିଛି । ୧୦ ତାରିଖ ସଂଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ ।

Cyclone ASANI

ତେବେ ଏହି ବାତ୍ୟାର ନାଁ 'ଅସାନି' ରଖାଯାଇଛି। ଶ୍ରୀଲଙ୍କା ତରଫରୁ ଏହାର ନାମକରଣ କରାଯାଇଛି। ଏହାର ଅର୍ଥ ହେଉଛି 'କ୍ରୋଧ'। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ ଏବଂ ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ)ରେ ପରିଣତ ହେବାର ସମ୍ଭାବନା ରହିଛି।

ସେ କହିଛନ୍ତି, ବାତ୍ୟା 'ଅସାନି' ଭୀଷଣ ବାତ୍ୟାରେ ପରିଣତ ହେବା ପରେ ଏହାର ଦିଗ ଉତ୍ତର-ପଶ୍ଚିମ ରହିବ। ୧୦ ତାରିଖ ସନ୍ଧ୍ୟା ବେଳକୁ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହା ପରେ ବାତ୍ୟା 'ଅସାନି'ର ଦିଗ ପରିବର୍ତ୍ତନ ହେବ। ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ ଏବଂ ଓଡ଼ିଶା ଉପକୂଳରେ ସମାନ୍ତରାଳରେ ମୁହାଁବାର ସମ୍ଭାବନା ରହୁଛି।

ତେବେ ୧୦ ତାରିଖରୁ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲ୍ଲାର କିଛି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ପବନର ବେଗ ବଢ଼ିବ । ଆଜି ସଂଧ୍ୟାରୁ ଘଣ୍ଟା ପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିବ, ଯାହାର ଝଟକା ୧୦୦ କିଲୋମିଟର ପର୍ଯ୍ୟନ୍ତ ଅନୁଭୂତ ହୋଇପାରେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+