ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’, କାଲି ଯାଏଁ ବର୍ଷା ସମ୍ଭାବନା
ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ।
ଭୁବନେଶ୍ୱର: ଦୁର୍ବଳ ହେଲା ଭୀଷଣ ବାତ୍ୟା 'ଅସାନି'। ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି l ଏହା ପ୍ରଭାବରେ ଆସନ୍ତା କାଲି ପର୍ଯ୍ୟନ୍ତ ଓଡ଼ିଶାର ୮ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆନ୍ଧ୍ରପ୍ରଦେଶ ମୁହାଁ ହୋଇଥିବା ବାତ୍ୟା 'ଅସାନି' କାକିନାଡ଼ା ଓ ବିଶାଖାପାଟଣା ମଧ୍ୟରେ ଏହା ସ୍ଥଳ ଭାଗକୁ ଛୁଇଁପାରେ । ଫଳରେ ଆନ୍ଧ୍ରପ୍ରଦେଶକୁ ବାତ୍ୟା ପାଇଁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ । 'ଅସାନି' କାକିନାଡ଼ା-ବିଶାଖାପାଟଣା ମଝିରେ ସ୍ଥଳଭାଗ ଛୁଇଁ ଯାଇପାରେ । ସ୍ଥଳଭାଗ ଛୁଇଁ ଯିବା ପରେ ପୁଣି ତାହା ସମୁଦ୍ରକୁ ରିକର୍ଭ କରିପାରେ। ଏହାପରେ ଦୁର୍ବଳ ହୋଇ ଡିପ୍ ଡିପ୍ରେସନ୍ରେ ପରିଣତ ହେବାର ସମ୍ଭାବନା ରହିଛି ।
ଏପଟେ ରାଜ୍ୟରେ ଉପକୂଳ ଜିଲ୍ଲାଗୁଡ଼ିକ ସହ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଏସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଲର୍ଟ କରାଯାଇଛି । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତକାଲି ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ବାତ୍ୟା ଅସାନି ପ୍ରଭାବରେ ଏବେଠାରୁ କିଛି ସ୍ଥାନରେ ବର୍ଷା ହେବାରେ ଲାଗିଛି । ବାତ୍ୟା ମୁକାବିଲା ପାଇଁ ୫ ଜିଲ୍ଲାରେ ମୁତୟନ ହୋଇଛନ୍ତି ଅଗ୍ନିଶମ ବିଭାଗର ୧୨ଟି ଟିମ୍ ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications