ବଢିଲା ବାତ୍ୟା ସମ୍ଭାବନା: ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ, ଚିତ୍ର ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ । ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢୁଥିବା ଚିତ୍ର ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ ।
ଭୁବନେଶ୍ୱର: ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ । ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢୁଥିବା ଚିତ୍ର ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ବୋଲି ଟୁଇଟ୍ କରି ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ଉତ୍ତର-ଆଣ୍ଡାମାନ ସାଗାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ।

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ତେବେ ବାତ୍ୟାର ଗତିପଥକୁ ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ଆକଳନ କରାଯାଇନାହିଁ ।
ପ୍ରଭାବରେ ଆସନ୍ତା ୨୩ ତାରିଖ ସକାଳୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ୨୨ ତାରିଖରୁ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କ ପାଣିପାଗ ବିଭାଗ ସତର୍କ କରାଇଛି । ସମ୍ଭାବ୍ୟା ବାତ୍ୟା ଯୋଗୁ ସମୁଦ୍ରରେ ପବନର ବେଗ ୪୫ରୁ ୬୫ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି ।












Click it and Unblock the Notifications