Cyclone Dana: ୯ ଜଣ ମନ୍ତ୍ରୀଙ୍କୁ ନଅ ଜିଲ୍ଲାର ଦାୟିତ୍ୱ , ଆପଣଙ୍କ ଜିଲ୍ଳାର କିଏ ?

ବାତ୍ୟା ଦାନାର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି କରୁଛନ୍ତି । ଜିରୋ କାଜୁଆଲିଟି ଲକ୍ଷ୍ୟ ରଖି ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହାରି ଭିତରେ ଆଉ ଏକ ବଡ଼ ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ମୁକାବିଲା ପରିଚାଳନାର ନିରୀକ୍ଷଣ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି ।

୯ ଜଣ ମନ୍ତ୍ରୀଙ୍କୁ ନଅ ଜିଲ୍ଲାର ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

  • ଜଗତସିଂହପୁର-ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ
  • ବାଲେଶ୍ୱର-ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାଏକ
  • ଭଦ୍ରକ- କ୍ରୀଡ଼ା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ
  • ମୟୂରଭଞ୍ଜ- ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର
  • ପୁରୀ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
  • କେନ୍ଦ୍ରାପଡ଼ା- ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
  • ଗଞ୍ଜାମ- ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା
  • କେନ୍ଦୁଝର- ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • କଟକ- ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
    Cyclone Dana

ସେପଟେ ବାତ୍ୟା ପ୍ରସ୍ତୁତିର ଆକଳନ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ସରକାରଙ୍କ ଗାଇଡଲାଇନ ଅନୁଯାୟୀ ଠିକ୍ ସମୟରେ ସ୍ଥାନାନ୍ତର ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ।

· ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହୋର୍ଡିଂ ହଟାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

· ସରକାରଙ୍କ ତରଫରୁ ୬ ହଜାରରୁ ଉର୍ଦ୍ଧ୍ୱ ବହୁମୁଖୀ ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି ।

· ୩ ହଜାରରୁ ଉର୍ଦ୍ଧ୍ୱ ସମ୍ବେଦନଶୀଳ ସ୍ଥାନମାନଙ୍କରୁ ଜନସାଧାରଣଙ୍କୁ ସ୍ଥାନାନ୍ତରିତ କରିବା ପାଇଁ ଚିହ୍ନଟ କରାଯାଇଛି।

· ଆବଶ୍ୟକସ୍ଥଳେ ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତରିତ କରାଯିବ ।

· ୮ ହଜାରରୁ ଉର୍ଦ୍ଧ୍ୱ ଗର୍ଭବତୀ ମହିଳାମାନଙ୍କୁ ନିରାପଦ ପ୍ରସବ ପାଇଁ ଡାକ୍ତାରଖାନାକୁ ସ୍ଥାନାନ୍ତର କରିବା ପାଇଁ ଚିହ୍ନଟ କରାଯାଇଛି ।

· ୭୦୦ ଶହରୁ ଉର୍ଦ୍ଧ୍ୱ ବିଦ୍ୟୁତ୍ ଗ୍ୟାଙ୍ଗମ୍ୟାନମାନଙ୍କୁ ବାତ୍ୟା ପରବର୍ତ୍ତୀ ସମୟରେ ପୁନଃ ବିଦ୍ୟୁତ୍ ସଂଯୋଗୀକରଣ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ପ୍ରସ୍ତୁତ ରଖାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+