Get Updates
Get notified of breaking news, exclusive insights, and must-see stories!

Cyclone Dana: ବାତ୍ୟା ‘ଦାନା' ପରେ ଆଜିଠୁ ଖୋଲିଲା ଶିମିଳିପାଳ

ବାତ୍ୟା 'ଦାନା' ଯିବା ପରେ ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ଫଳରେ ପୁଣି ଥରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ସମାଗମ ଆରମ୍ଭ ହୋଇ ଯାଇଛି ।

ବାତ୍ୟା "ଦାନା"ର ପ୍ରକୋପ ଯୋଗୁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ । ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟରେ ପର୍ଯ୍ୟଟକଙ୍କ ଗାଡ଼ି ଯିବା ସମ୍ଭବପର ନ ଥିଲା।ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା।

Cyclone Dana

ଆଜି ପାଗ ଶୁଖିଲା ହେବା ପରେ ଶିମିଳିପାଳକୁ ଖୋଲିବା ସହ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ।

ପ୍ରତିଥର ପରି ଶିମିଳିପାଳକୁ ଯିବାକୁ ହେଲେ ପର୍ଯ୍ୟଟକ ବାରିପଦାର ପିଠାବଟା ଏବଂ ଯଶିପୁରର ଜାମୁଆଣି ଦେଇ ଯାଇ ପାରିବେ । ସକାଳ ୭ଟାରୁ ୯ଟା ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟ ଭିତରେ ପ୍ରବେଶ ପାଇଁ ପର୍ଯ୍ୟଟକଙ୍କୁ ଅନୁମତି ମିଳିଥାଏ । ସେଠାରେ ରାତ୍ରି ରହଣି ପାଇଁ କେବଳ ଅନଲାଇନ ମାଧ୍ୟମରେ ବୁକିଂ ବ୍ୟବସ୍ଥା ରହିଅଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+