Cyclone Dana: ବାତ୍ୟା ଦାନାର ମୁକାବିଲା ପାଇଁ ବିଧାୟକମାନଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବିଭିନ୍ନ ସ୍ତରରେ ଅଧିକାରୀଙ୍କୁ ବାତ୍ୟା ପରିଚାଳନା ପାଇଁ ଗୁରୁ ଦାୟିତ୍ୱ ଦିଆଯାଇଛି । ଦାୟିତ୍ୱ ପାଇଥିବା ସରକାରୀ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମସ୍ତ ବିଧାୟକଙ୍କୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ।

ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବୃଷ୍ଟିପାତ ପରିପ୍ରେକ୍ଷୀରେ ଜିଲା ପ୍ରଶାସନ ସହିତ ସମନ୍ବିତ ଭାବେ ବାତ୍ୟା ମୁକାବିଲା କରିବା ସହିତ ରିଲିଫ ଓ ଉଦ୍ଧାରକାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସମସ୍ତ ବିଧାୟକ/ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିବା ଆବଶ୍ୟକ। ସମସ୍ତ ବିଧାୟକ/ବିଧାୟିକା ନିଜ ନିଜ ଅଞ୍ଚଳବାସୀଙ୍କ ସହିତ ରହି ସେମାନଙ୍କୁ ଆବଶ୍ୟକୀୟ ସହାୟତା ଦେବା ପାଇଁ ଯଥା ସମ୍ଭବ ଚେଷ୍ଟିତ ହୁଅନ୍ତୁ ।

Cyclone Dana
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ନିଜ ସୋଶାଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ସମସ୍ତ ବିଧାୟକମାନଙ୍କ ସହଯୋଗ କାମନା କରି ଲେଖିଛନ୍ତି ଯେ "ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବୃଷ୍ଟିପାତ ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ସହିତ ସମନ୍ୱିତ ଭାବେ ବାତ୍ୟା ମୁକାବିଲା କରିବା ସହିତ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସମସ୍ତ ବିଧାୟକ-ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିବା ଆବଶ୍ୟକ। ସମସ୍ତ ବିଧାୟକମାନେ ନିଜ ନିଜ ଅଂଚଳବାସୀଙ୍କ ସହିତ ରହି ସେମାନଙ୍କୁ ଆବଶ୍ୟକୀୟ ସହାୟତା ଦେବା ପାଇଁ ଯଥାସମ୍ଭବ ଚେଷ୍ଟିତ ହୁଅନ୍ତୁ ବୋଲି ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ଭାବ୍ୟ ବାତ୍ୟା ମୁକାବିଲା ବୈଠକରୁ ଜଣାପଡ଼ିଛି ଯେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୩ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୬କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏବେ ପାରାଦୀପଠୁ ପ୍ରାୟ ୭୦୦କିମି ଦକ୍ଷିଣ-ଦକ୍ଷିଣ ପୂର୍ବ, ସାଗରଦୀପ(ପଶ୍ଚିମବଙ୍ଗ)ଠୁ ୭୫୦କିମି ଦକ୍ଷିଣ-ଦକ୍ଷିଣପୂର୍ବ ଏବଂ ଖେପୁପଡ଼ା(ବାଂଲାଦେଶ)ରୁ ୭୩୦କିମି ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା ୨୪ ତାରିଖ ସକାଳ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୪ତାରିଖ ରାତି ଓ ୨୫ତାରିଖ ସକାଳେ ପୁରୀ ଓ ସାଗରଦୀପ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୦୦ରୁ ୧୧୦କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+