ବାତ୍ୟା ମୁକାବିଲା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା; କାଲି ଅପରାହ୍ନ ସୁଦ୍ଧା ବିଦ୍ୟୁତ୍‌ ସେବା ଯୋଗାଇ ଦିଆଯିବ

କାଲି ଅପରାହ୍ନ ସୁଦ୍ଧା ବିଦ୍ୟୁତ୍‌ ସେବା ଯୋଗାଇ ଦିଆଯିବ । ବାତ୍ୟା ମୁକାବିଲା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ମୁଖ୍ୟମନତୃ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯାଳୟରେ ବାତ୍ୟା ଦାନାର କ୍ଷୟକ୍ଷତି ତଥା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କଲି। ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଚାଲୁ ରହିଛି। ଏହାକୁ ଆହୁରି ତ୍ୱରାନ୍ୱିତ କରିବା ନିମନ୍ତେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି।

ସରକାର ମୁଖ୍ୟ ଲକ୍ଷ୍ୟ 'ଜିରୋ କାଜୁଆଲଟି' କୁ ଗୁରୁତ୍ଵ ଦେଇ ସଫଳତାର ସହ ବାତ୍ୟାର ମୁକାବିଲା କରିଛନ୍ତି। ଏଥିପାଇଁ ସମସ୍ତଙ୍କ ପ୍ରୟାସ ପ୍ରଶଂସାଯୋଗ୍ୟI

ବାତ୍ୟା କ୍ଷୟକ୍ଷତି ସ୍ଥିତିରେ ସୁଧାର ଲାଗି ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଭାଙ୍ଗିପଡ଼ିଥିବା ଗଛଗୁଡ଼ିକୁ କାଟି ଗମନାଗମନର ଉତ୍ତମ ବ୍ୟବସ୍ଥା କରାଯାଉଛି।

cyclone dana

ବାତ୍ୟା ପରିଚାଳନାକୁ ଆହୁରି ଦୃଢ଼ କରିଛନ୍ତି। କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ରାସ୍ତା ସଫା କାମ ଏବଂ ବିଦ୍ୟୁତସେବା ସ୍ବାଭାବିକ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ସମୟରେ ବୟସ୍କା ମହିଳାଙ୍କୁ ଦେଢ କିଲୋମିଟର ପିଠିରେ ବୋହି ଆଶ୍ରୟସ୍ଥଳକୁ ଆଣିଥିଲେ। ଲୋକଙ୍କ ଜୀବନ ରକ୍ଷା ପାଇଁ ସ୍ଥାନାନ୍ତରଣ ସମୟରେ ତାଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଉଦାହରଣୀୟ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ୍ ଯୋଗେ ତାଙ୍କ ସହ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ଧନ୍ୟବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ।ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସାକରିବା ସହିତ କହିଛନ୍ତି ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି। ବିପଦ ବେଳେ ତୁମେ ସମସ୍ତଙ୍କୁ ଏହି ଭଳି ସାହାଯ୍ୟ କରୁଥାଅ। ମହାପ୍ରଭୁ ଶ୍ରୀ ଜଗନ୍ନାଥ ତୁମକୁ ସବୁବେଳେ ଭଲରେ ରଖନ୍ତୁ।

ମୁଖ୍ୟମନ୍ତ୍ରୀ ଏହି ସମୟରେ ତାଙ୍କ ପରିବାରର ଭଲମନ୍ଦ ବିଷୟରେ ବୁଝିଛନ୍ତି। ତାଙ୍କର ଘର ନଥିବାରୁ ଟେଲିଫୋନ୍‌ ଯୋଗେ ରାଜନଗର ବିଡିଓଙ୍କୁ ତାଙ୍କୁ ତୁରନ୍ତ ଏକ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଶିବନୀଙ୍କୁ ଅନ୍ୟାନ୍ୟ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+