ଜିଲ୍ଲାକୁ ପଠାଗଲା ବାତ୍ୟା 'ଦାନା' କ୍ଷତିପୂରଣ ରାଶି, ୭ ଦିନ ଭିତରେ ସହାୟତା ରାଶି ବାଣ୍ଟିବେ ଜିଲ୍ଲାପାଳ

ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା 'ଦାନା' ଯୋଗୁଁ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମିଳିବ। ରାଜ୍ୟ ସରକାର ଏଥି ପାଇଁ ଜିଲ୍ଲାମାନଙ୍କୁ କ୍ଷତିପୂରଣ ସହାୟତା ପଠାଇଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ମୋଟ ୪୨୩ କୋଟି ଟଙ୍କାର ସହାୟତା ରାଶି ପଠାଇଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲ୍ଲାସ୍ତରରେ ଜିଲ୍ଲାପାଳମାନେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ। ୭ ଦିନ ଭିତରେ କ୍ଷୟକ୍ଷତି ଟଙ୍କା ଜିଲ୍ଲାପାଳ ଦେବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ବିଭିନ୍ନ ଜିଲ୍ଲା ଓ ବିଭାଗରୁ ବାତ୍ୟା ଦାନା କ୍ଷୟକ୍ଷତିର ଆକଳନ କରାଯାଇ ଚୂଡାନ୍ତ ରିପୋର୍ଟ ଦିଆଯାଇଛି। ଓଡ଼ିଶାରେ ସାମଗ୍ରିକ ଭାବେ ଫସଲ, ଘର ଏବଂ ବିଭିନ୍ନ ବିଭାଗର ଚୂଡାନ୍ତ ଆକଳନ ଅନୁଯାୟୀ ବାତ୍ୟାରେ ୬୧୬ କୋଟି ୧୯ ଲକ୍ଷ ୩୦ ହଜାର ଟଙ୍କା କ୍ଷୟକ୍ଷତି ହୋଇଛି।

cyclone dana compensation amount sent to district by-revenue

୧୪ ଜିଲ୍ଲାର ୧୬୬ ବ୍ଲକ୍ ମଧ୍ୟରୁ ୧୩୧ ବ୍ଲକ୍ ପ୍ରଭାବିତ ହୋଇଛି । ୧୧୬୩୭ ଗାଁ ପ୍ରଭାବିତ ହୋଇଥିବା ବେଳେ ୪୧ ଲକ୍ଷ ୪ ହାଜର ଲୋକ ପ୍ରଭାବିତ ହୋଇଛନ୍ତି। ସେହିପରି ୩,୬୨,୯୩୫.୩୭ ହେକ୍ଟର ଜମି ପ୍ରଭାବିତ ହୋଇଛି । ଫସଲ ପ୍ରଭାବିତ ଅଞ୍ଚଳ ହେଉଛି ୧,୭୨,୩୫୬.୮୧ ହେକ୍ଟର ଜମି ।

୮,୨୯୨.୮୨ ଲକ୍ଷ ହେକ୍ଟର ଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି । ୩୩ ପ୍ରତିଶତରୁ ଅଧିକ କ୍ଷତି ହୋଇଥିଲେ କ୍ଷତିପୂରଣ ଇନପୁଟ୍ ସବସିଡି ଭିତରକୁ ଆସିବ । ୮୭୮୫୫.୪୭ ହେକ୍ଟର ଜମିରେ ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଛି । ୮୨ କୋଟି ୯୨ ଲକ୍ଷ ୮୨ ହଜାର ଟଙ୍କାର ଫସଲ ନଷ୍ଟ ହୋଇଛି । ୧୬,୪୧୭ ଘର ଆଂଶିକ ବା ସଂପୂର୍ଣ୍ଣ ପ୍ରଭାବିତ ହୋଇଥିବା ବେଳେ ୨୧ କୋଟି ୩୨ ଲକ୍ଷ ଟଙ୍କାର ଘର କ୍ଷତି ହୋଇଛି ।

କୃଷି, ଶକ୍ତି, ପଞ୍ଚାୟତିରାଜ, ସ୍କୁଲ ଏବଂ ଗଣ ଶିକ୍ଷା ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ପାନୀୟ ଜଳ ବିଭାଗର କ୍ଷତି ହୋଇଛି । ଏହିସବୁ ବିଭାଗରେ ୫୧୨ କୋଟି ୨୬ ଲକ୍ଷ ୧୬ ହାଜର ଟଙ୍କା କ୍ଷତି ହୋଇଛି । ବାତ୍ୟା ସମୟରେ ରିଲିଫ, ଖାଇବା, ମେଡିକାଲ ସେବା ଓ ଅନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ୨୩ କୋଟି ୭୩ ଲକ୍ଷ ୭୬ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ମୋଟ୍ ୬୧୬ କୋଟି ୧୯ ଲକ୍ଷ ୩୦ ହଜାର ଟଙ୍କା କ୍ଷତି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+