Cyclone Dana: କେନ୍ଦ୍ରକୁ ପଠାଯିବ ବାତ୍ୟା 'ଦାନା' କ୍ଷୟକ୍ଷତି ରିପୋର୍ଟ
ଆକାଶମାର୍ଗରୁ ବାତ୍ୟା ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ସ୍ଥିତି ଅନୁଧ୍ୟାନ କରିବା ପରେ ବାଲେଶ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମୀକ୍ଷା ବୈଠକ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ଥାନୀୟ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ସମୀକ୍ଷା ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଆକାଶମାର୍ଗରୁ ସଦର, ସିମୁଳିଆ, ସୋର, ଖଇରା ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳର ଅନୁଧ୍ୟାନ କରିଥିଲେ ।
ବାତ୍ୟା ମୁକାବିଲାକୁ ପ୍ରଶଂସା, ପୁନରୁଦ୍ଧାର କାର୍ଯ୍ୟକୁ ଗୁରୁତ୍ବ:-
ବୈଠକ ପ୍ରାରମ୍ଭରେ ଉପସ୍ଥିତ ଥିବା ସମସ୍ତ ବିଧାୟକ ନିଜ ନିଜ ନିର୍ବାଚନୀ ମଣ୍ଡଳୀରେ ବାତ୍ୟା ଓ ବନ୍ୟା ସମ୍ପର୍କିତ ପୁନଃରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀ ବାତ୍ୟାର ସଫଳ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ଏବଂ ରାଜନୈତିକ ନେତୃତ୍ୱର ପ୍ରୟାସକୁ ପ୍ରଶଂସା କରିଥିଲେ । ଆଗାମୀ ଦିନରେ ଉପକୂଳବର୍ତ୍ତୀ ଅଞ୍ଚଳରେ ବାତ୍ୟା କ୍ଷୟକ୍ଷତିକୁ ରୋକିବା ପାଇଁ ବ୍ୟାପକ ହେନ୍ତାଳ ବନ ପାଇଁ ବୃକ୍ଷରୋପଣ ଉପରେ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଘରଭଙ୍ଗା କ୍ଷୟକ୍ଷତି ରିପୋର୍ଟ ଯଥାଶୀଘ୍ର ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ଯେଉଁ ଅଞ୍ଚଳରେ ବିଜୁଳି ସଂଯୋଗ ହୋଇପାରୁନାହିଁ, ସେଠାରେ ଦ୍ରୁତ ଗତିରେ ବିଜୁଳି ସଂଯୋଗର ପୁନରୁଦ୍ଧାର କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ:
ବାତ୍ୟା 'ଦାନା' ପ୍ରଭାବରେ 14 ଜିଲ୍ଲାର ପ୍ରାୟ 36 ଲକ୍ଷ ଲୋକେ ପ୍ରଭାବିତ ହୋଇଥିବା ପ୍ରାଥମିକ ରିପୋର୍ଟ ଆସିଛି । ତେବେ ନଭେମ୍ବର 2 ସୁଦ୍ଧା କ୍ଷୟକ୍ଷତି ଆକଳନ କରି ବିସ୍ତୁତ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପରେ ଏହି ରିପୋର୍ଟ କେନ୍ଦ୍ର ସରକାରଙ୍କୁ ମଧ୍ୟ ପଠାଯିବ । କେନ୍ଦ୍ରୀୟ ଟିମ ମଧ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ଆସିବାର ସମ୍ଭାବନା ରହିଛି ।
ଆକାଶମାର୍ଗରୁ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ
ବାତ୍ୟା 'ଦାନା'କୁ ନେଇ ଗତ ଦୁଇଦିନ ହେଲା ମୁଖ୍ୟମନ୍ତ୍ରୀ ଆକାଶମାର୍ଗକୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ରବିବାର ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ମାଧୀ ପାରାଦ୍ବୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲି ଅଞ୍ଚଳର ବାତ୍ୟା ଓ ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ସମୟରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ତାଙ୍କ ସହ ଉପସ୍ଥିତ ଥିଲେ । ସେହିପରି ଗତକାଲି ସେ ଉତ୍ତର ଓଡିଶାରେ ଆକାଶମାର୍ଗରୁ ସ୍ଥିତି ସମୀକ୍ଷା କରିଥିଲେ । ବାଲେଶ୍ବର ସଦର, ସିମୁଳିଆ, ସୋର, ଖଇରା ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳର ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ । ତାଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ଓ୍ବାଇ.ବି ଖୁରାନିଆ, ସ୍ଥାନୀୟ ସାଂସଦ ପ୍ରତାପ ଷଡଙ୍ଗୀ ମଧ୍ୟ ହେଲିକପ୍ଟରରେ ଉପସ୍ଥିତ ଥିଲେ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications