Cyclone Dana: ଶକ୍ତିଶାଳୀ ହେଉଛି ବାତ୍ୟା ‘ଦାନା', ଏହି ତିନି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସମ୍ଭାବ୍ୟ ବାତ୍ୟା ନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକାଙ୍କ ସୂଚନା। ୨୩, ୨୪, ୨୫ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ୨୦ରୁ ୩୦ ସେମି ବର୍ଷିବ। ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା। ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ।

ଗଛ ଉପୁଡ଼ିପାରେ, ତଳିଆ ଅଞ୍ଚଳରେ ପାଣି ଜମି ପାରେ। ଭୟଭୀତ ନ ହୋଇ ନିରାପଦରେ ରହିବାକୁ ପଦକ୍ଷେପ ନିଅନ୍ତୁ।

ଆଣ୍ଡାମାନ୍‌ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ ବେଳକୁ ଏକ ବାତ୍ୟାର ରୁପନେବାର ସମ୍ଭାବନା ରହିଛି ।

Cyclone Dana

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଗଛ ଉପୁଡ଼ିପାରେ, ତଳିଆ ଅଞ୍ଚଳରେ ପାଣି ମଧ୍ୟ ଜମିପାରେl ଭୟଭୀତ ନ ହୋଇ ନିରାପଦରେ ରହିବାକୁ ପଦକ୍ଷେପ ନେବାକୁ କହିଛନ୍ତି ପାଣିପାଗ ନିର୍ଦ୍ଦେଶିକା। ସୂଚନା ଅନୁସାରେ ଆସନ୍ତା ଗୁରୁବାର ୨୪ ତାରିଖ ଦିନ ବାତ୍ୟା ଓଡ଼ିଶା ପଶ୍ଚିମ ଉପକୂଳ ଛୁଇଁବ। ହେଲେ ବାତ୍ୟା ନିର୍ଦ୍ଦିଷ୍ଟ ସମୟ ଏବଂ କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ, ତା'ର ପୂର୍ବାନୁମାନ ପାଣିପାଗ ବିଭାଗ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ କରାଯାଇ ନାହିଁ।

ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ସେହିଭଳି କେତେକ ସ୍ଥାନରେ ଆସନ୍ତା ଗୁରୁବାର ଏବଂ ଶୁକ୍ରବାର ଦିନ ୩୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥ - ଜି.ଏଫ୍‌.ଏସ୍‌.ର ମଡେଲ୍‌ ଅନୁସାରେ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନ ୧୪୦ରୁ ୧୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ଅଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବିଭିନ୍ନ ସ୍ତରରେ ଅଧିକାରୀମାନଙ୍କ ସହିତ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବାତ୍ୟା ମୁକାବିଲଶ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀମାନଙ୍କର ଛୁଟି ବାତିଲ୍‌ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+