Cyclone Dana: ଆସିଲା ବାତ୍ୟା ଦାନାର ନୂଆ ଗତିପଥ; ଓଡ଼ିଶାକୁ ହିଟ୍‌ କରିବା ସମ୍ଭାବନା

ଆସିଲା ବାତ୍ୟାର ନୂଆ ଗତିପଥ । ତେବେ ଓଡ଼ିଶାକୁ ହିଟ୍‌ କରିବା ସମ୍ଭାବନା ରହିଛି । ସେପଟେ ଗୋପାଳପୁର ସମୁଦ୍ର କୂଳରେ ଏବେ ପର୍ଯ୍ୟଟକମାନେ ବୁଲାବୁଲି କରୁଥିବା ବେଳେ ସୁରକ୍ଷାକର୍ମୀ ସତର୍କ କରାଇଲେଣି । IMDର ବାତ୍ୟା ଆଲର୍ଟକୁ ଦୃଷ୍ଟିରେ ରଖି ଆଜି ସାଇକ୍ଲୋଥନ୍ ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ। ବୈଠକରେ ଅଧ୍ୟକ୍ଷତା କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ।

ପୁରୀ ଓ ସାଗର ଦ୍ବୀପ ମଧ୍ୟରେ କୂଳ ଛୁଇଁପାରେ । ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ଛୁଇଁପାରେ । ଭୀଷଣ ବାତ୍ୟା ରୂପ ନେଇ କୂଳ ଛୁଇଁପାରେ । ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ ।

ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇପଡ଼ିଛନ୍ତି ସରକାର । ତେବେ ଆଜି ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସେ ସମୀକ୍ଷା କରିବେ । ଏହି ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, SRC ଉପସ୍ଥିତ ରହିବେ ।

Cyclone Dana

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା ଦେଇଛନ୍ତି । ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି । ସେହିପରି ସେ ଆହୁରି କହିଛନ୍ତି 'ମୁଖ୍ୟ ସଚିବ, ଏସ୍‌ଆର୍‌ସି ସମୀକ୍ଷା କରିଛନ୍ତି । ମୁଁ ବି ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେଁ, ପୂରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ। ୩୦ ଜିଲ୍ଲାରେ ଓଡ୍ରାଫ୍‌ ଟିମ୍‌ ମୁତୟନ ରହିବେ, ଏନ୍‌ଡିଆର୍‌ଏଫ୍‌କୁ ମଧ୍ୟ ଆଲର୍ଟ ରଖାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି। ଟ୍ରଲରମାଲିକ ଯଦି ଜୋର୍‌ କରି ପଠାନ୍ତି, ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ' ।ସେହିପରି ଲୋକଙ୍କୁ ସ୍ଥାନାନ୍ତରକୁ ନେଇ କହିଛନ୍ତି ଯେ, 'ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି' ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+