Cyclone Dana: ଆସିଲା ବାତ୍ୟା ଦାନା କ୍ଷୟକ୍ଷତି ରିପୋର୍ଟ; ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି
ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଲା । କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି। ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ କ୍ଷତିଗ୍ରସ୍ତ । ମୟୂରଭଂଜ, ଯାଜପୁର, ଜଗତସିଂହପୁର, କଟକ ବି ପ୍ରଭାବିତ ହୋଇଛି।
ପଞ୍ଚାୟତିରାଜ ବିଭାଗ ଛଡ଼ା ଅନ୍ୟ ସବୁ ବିଭାଗରୁ ରିପୋର୍ଟ ଆସିଛି । ସଂଧ୍ୟା ସୁଦ୍ଧା ସବୁ ରିପୋର୍ଟ ମିଳିଲା ପରେ ଚୂଡ଼ାନ୍ତ ହିସାବ। ମୋଟାମୋଟି ଭାବେ ୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ। ୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ମୋଟ ୧୬, ୪୧୭ ଘର ପ୍ରଭାବିତ, ୨୭ ଘର ସଂପୂର୍ଣ୍ଣ କ୍ଷତିଗ୍ରସ୍ତ।

୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି ବୋଲି କହିଲେ ମନ୍ତ୍ରୀ। ବିଭାଗୱାରୀ ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ରିପୋର୍ଟ ଆସିଲା ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ।












Click it and Unblock the Notifications