Cyclone Dana: ୭ ଦିନ ଭିତରେ ଲୋକଙ୍କୁ ବାତ୍ୟା କ୍ଷୟକ୍ଷତି ଟଙ୍କା ଦେବେ ଜିଲ୍ଲାପାଳ
୭ ଦିନ ଭିତରେ ଲୋକଙ୍କୁ ବାତ୍ୟା କ୍ଷୟକ୍ଷତି ଟଙ୍କା ଦେବେ ଜିଲ୍ଲାପାଳ। ବାତ୍ୟା କ୍ଷତିପୂରଣ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା। ସଂଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ଟଙ୍କା। ୭ ଦିନ ଭିତରେ ଜିଲ୍ଲାପାଳମାନେ ଲୋକଙ୍କୁ କ୍ଷତିପୂରଣ ଟଙ୍କା ଦେବେ।
ବାତ୍ୟା ପ୍ରଭାବରେ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷତି ହୋଇଛି । ୧୪ ଜିଲ୍ଲାର ୧୬୬ବ୍ଲକ ଭିତରୁ ୧୩୧ଟି ପ୍ରଭାବିତ ହୋଇଛି । ୧୧ ହଜାର ୬୩୭ ଗାଁ ପ୍ରଭାବିତ ହୋଇଛି । ୪୧ ଲକ୍ଷ ୪ ହଜାର ଲୋକ ପ୍ରଭାବିତ ହୋଇଥିଲେ । ୩୬୨୯୩୫.୩୭ ହେକ୍ଟର ଜମି ପ୍ରଭାବିତ ହୋଇଛି । ଫସଲ ପ୍ରଭାବିତ ଅଞ୍ଚଳ ୧୭୨୩୫୬.୮୧ ହେକ୍ଟର ଜମି । ୮୨୯୨.୮୨ ଲକ୍ଷ ହେକ୍ଟର ଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି । ୩୩ ପ୍ରତିଶତରୁ ଅଧିକ କ୍ଷତି ହୋଇଥିଲେ କ୍ଷତି ପୂରଣ ଇନପୁଟ ସବସିଡି ଭିତରକୁ ଆସିବ । ୮୭୮୫୫.୪୭ ହେକ୍ଟର ଜମିରେ ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଛି । ୮୨ କୋଟି ୯୨ ଲକ୍ଷ ୮୨ ହଜାର ଟଙ୍କାର ଫସଲ ନଷ୍ଟ । ୧୬୪୧୭ ଘର ଆଂଶିକ ବା ସଂପୂର୍ଣ୍ଣ ପ୍ରଭାବିତ ହୋଇଛି । ୨୧ କୋଟି ୩୨ ଲକ୍ଷ ଟଙ୍କାର ଘର କ୍ଷତି ହୋଇଛି । କୃଷି, ଶକ୍ତି, ପଞ୍ଚାୟତିରାଜ, ସ୍କୁଲ ଏବଂ ଗଣ ଶିକ୍ଷା ବିଭାଗ , ଗ୍ରାମ୍ୟ ଉନ୍ନୟନ ବିଭାଗ, ପାନୀୟ ଜଳ ବିଭାଗର କ୍ଷତି ହୋଇଛି । ଏହି ସବୁ ବିଭାଗରେ ୫୧୨ କୋଟି ୨୬ ଲକ୍ଷ ୧୬ ହଜାର ଟଙ୍କା କ୍ଷତି ହୋଇଛି । ବାତ୍ୟା ସମୟରେ ରିଲିଫ, ଖାଇବା, ମେଡିକାଲ ସେବା ଓ ଅନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ୨୩ କୋଟି ୭୩ ଲକ୍ଷ ୭୬ ହଜାର ଟଙ୍କା ଖର୍ଚ୍ଚ ହୋଇଛି ।

ମୋଟ ୬୧୬ କୋଟି ୧୯ ଲକ୍ଷ ୩୦ ହଜାର ଟଙ୍କା କ୍ଷତି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ଭିତରେ ଜିଲ୍ଲା ଗୁଡ଼ିକୁ କ୍ଷତି ପୂରଣ ରାଶି ଯିବ । ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ରାଶି ତୁରନ୍ତ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ମାନଙ୍କୁ ମଧ୍ୟ କ୍ଷତି ପୂରଣ ରାଶି ଦିଆଯିବ । ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ରାଶି ତୁରନ୍ତ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗମାନଙ୍କୁ ମଧ୍ୟ କ୍ଷତି ପୂରଣ ରାଶି ଦିଆଯିବ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications