Cyclone Dana: ବାତ୍ୟା ଦାନାର ଆଖି ନାହିଁ, ହେଲେ କାହିଁକି ଆଖି ନାହିଁ ଜାଣନ୍ତୁ, କଣ କହିଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର
ଭୀଷଣ ବାତ୍ୟା 'ଦାନା' । IMD ପୂର୍ବାନୁମାନ କରିଥିବା ସ୍ଥାନରେ ହିଁ ସ୍ଥଳଭାଗ ଛୁଇଁବ ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ୧୦୦-୧୨୦ କିମି ବେଗରେ ବହିବ ପବନ । ଏହା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ପବନର ବେଗ ବି ବଢ଼ିଲାଣି । ମାତ୍ର ଏଯାଏ 'ଦାନା'ର କୌଣସି ଆଖି ଦେଖାଯାଇନି ବୋଲି କହିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, ଦାନାର ଆଖି ନାହିଁ। ବହୁତ ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ। ଦାନା ଭୀଷଣ ବାତ୍ୟାରେ ସୀମିତ ଥିବାରୁ ଆଖି ସୃଷ୍ଟି ହୋଇନାହିଁ।
ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୨କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା 'ଦାନା' ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।
ଦାନା'ର କୋପ ଯୋଗୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଗଲାଣି। ଧୀରେ ଧୀରେ ଏହା ବଢ଼ିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପ୍ରାୟ ୨ ମିଟର ଉଚ୍ଚର ଜୁଆର ଆସିବ ବୋଲି ସେ କହିଛନ୍ତି।

ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, କଟକ, ମୟୂଭରଭଞ୍ଜ, ଢେଙ୍କାନାଳ, ଯାଜପୁର ଆଦି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ହାଉଡ଼ା, ହୁଗୁଳି କଲିକତାରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସେ କହିଛନ୍ତି ।
'ଦାନା' ପ୍ରକୋପ ଯୋଗୁ ପବନ ବେଗ ବଢ଼ିଲେ ବିଭିନ୍ନ ସ୍ଥାନରେ ଗଛ ଡାଳ ଭାଙ୍ଗିପାରେ । ବିଦ୍ୟୁତ୍ ଖୁଣ୍ଟ, ଟେଲିଫୋନ ଖୁଣ୍ଟି ବଙ୍କା ହେବା ସହ ଭାଙ୍ଗିପାରେ। ଚାଳ ଘର, ଟିଣ ଛପର ଘର ବି କ୍ଷତିଗ୍ରସ୍ତ ହୋଇପାରେ ବୋଲି କହିଛନ୍ତି IMD ଡିଜି ।












Click it and Unblock the Notifications