ବାତ୍ୟାକୁ ନେଇ ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା; ‘ଭୀଷଣ ବାତ୍ୟା'ର ରୂପ ନେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା
ବାତ୍ୟାକୁ ନେଇ ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା। କାଲି ସକାଳେ ଅବପାତ, ୨୩ରେ ବାତ୍ୟା ରୂପ ନେବା ସମ୍ଭାବନା। ୨୪ ରାତିରୁ ୨୫ ସକାଳ ମଧ୍ୟରେ ଉପକୂଳ ଛୁଇଁପାରେ ବାତ୍ୟା। ସ୍ଥଳଭାଗ ଛୁଇଁଲା ବେଳେ ପବନ ବେଗ ୧୦୦ରୁ ୧୨୦ କିମି ରହିପାରେ ।
ଏକ 'ଭୀଷଣ ବାତ୍ୟା'ର ରୂପ ନେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା। ପ୍ରଭାବରେ ୨୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇପାରେ। ତେବେ ୨୪ ଓ ୨୫ ତାରିଖରେ ବେଶୀ ବର୍ଷା ହେବ। ବାତ୍ୟା ହେଲେ ଜୁଆର ଆସିବା ସ୍ୱାଭାବିକ କଥା କହିଲେ ଡିଜି। ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ଜୁଆର ଆସିବା ସମ୍ଭାବନା।

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା ଦେଇଛନ୍ତି । ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି । ସେହିପରି ସେ ଆହୁରି କହିଛନ୍ତି 'ମୁଖ୍ୟ ସଚିବ, ଏସ୍ଆର୍ସି ସମୀକ୍ଷା କରିଛନ୍ତି । ମୁଁ ବି ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେଁ, ପୂରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ। ୩୦ ଜିଲ୍ଲାରେ ଓଡ୍ରାଫ୍ ଟିମ୍ ମୁତୟନ ରହିବେ, ଏନ୍ଡିଆର୍ଏଫ୍କୁ ମଧ୍ୟ ଆଲର୍ଟ ରଖାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି। ଟ୍ରଲରମାଲିକ ଯଦି ଜୋର୍ କରି ପଠାନ୍ତି, ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ' ।ସେହିପରି ଲୋକଙ୍କୁ ସ୍ଥାନାନ୍ତରକୁ ନେଇ କହିଛନ୍ତି ଯେ, 'ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି' ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।












Click it and Unblock the Notifications