ବାତ୍ୟା ସମୟରେ ପ୍ରବଳ ବର୍ଷା ଯୋଗୁଁ ୧୬ ଜିଲ୍ଲାରେ ମଧ୍ୟମ ଧରଣର ଅଚାନକ ବନ୍ୟା ଆଶଙ୍କା

ବାତ୍ୟା ସମୟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆଶଙ୍କା । ୧୬ ଜିଲ୍ଲାରେ ମଧ୍ୟମ ଧରଣର ଅଚାନକ ବନ୍ୟା ଆଶଙ୍କା । ଅନୁଗୁଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ । ଗଜପତି, ଗଂଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଂଜ, ନୟାଗଡ଼, ପୁରୀ ଜିଲ୍ଲା ।

cyclone dana

ଲ୍ୟାଣ୍ଡଫଲ ବେଳେ ବାତ୍ୟାର ବେଗ ଅଧିକ ରହିବା ଅନୁମାନ କରାଯାଉଥିବାରୁ ମାଟି ଘରେ ଥିବା ଲୋକେ ପକ୍କା ଘରକୁ ଚାଳିଯିବାକୁ କୁହାଯାଇଛି। ଏପରିକି ଟିଣ ଘର, ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବିଦ୍ୟୁତ୍‌ କାଟ ହେବ, ସେଥିଲାଗି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଗକୁ ବର୍ଷାର ପରିମାଣ ବଢ଼ିବ। କାରଣ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ନାହିଁ। ଭୀଷଣ ବାତ୍ୟାର ରୂପ ନେଇ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଏପରିକି ଦାନାର ଆଖିକୁ ନେଇ ମଧ୍ୟ ବଡ଼ ଖବର ଆଶିଛି। ଆଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ଗଣମାଧ୍ୟମକୁ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହେବ ନାହିଁ। ଦାନାର ଆଖି ନାହିଁ। ବହୁତ ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ। ଦାନା ଭୀଷଣ ବାତ୍ୟାରେ ସୀମିତ ଥିବାରୁ ଆଖି ସୃଷ୍ଟି ହୋଇନାହିଁ।

କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା 'ଦାନା' ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

ପାଖଉଛି ବାତ୍ୟା, ଘନଉଛି ବିପଦ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି 'ଦାନା' । ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଓ ତୁହାକୁ ତୁହା ପବନର ବେଗ ବଢିବାରେ ଲାଗିଛି। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି ବାତ୍ୟା 'ଦାନା' । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ବାତ୍ୟା ରହିଥିବାବେଳେ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି ରହିଛି। ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା 'ଦାନା' । ଆଜି ରାତିରୁ କାଲି ସକାଳ ୯ଟା ଯାଏ ଗୁରୁତ୍ବପୂର୍ଣ୍ଣ। ଲ୍ୟାଣ୍ଡଫଲବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+