Cyclone Dana:୧୨ ଘଣ୍ଟା ଭିତରେ ବାତ୍ୟା ଦାନା !

୧୨ ଘଣ୍ଟା ଭିତରେ ବାତ୍ୟା ! ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଘଣ୍ଟାକୁ ୩ କିଲୋମିଟର ବେଗରେ ଗତି କରୁଛି। ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ଆଗକୁ ବଢ଼ୁଛି। ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ।

ପାରାଦୀପର ଦକ୍ଷିଣ ପଶ୍ଚିମ ଦିଗରେ ୬୭୦ କିମି ଦୂରରେ ରହିଛି। ସାଗର ଆଇଲ୍ୟାଣ୍ଡର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୭୨୦ କିଲୋମିଟର ଏବଂ ବାଂଲାଦେଶର ଖେପୁପଡ଼ା ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୭୦୦ କିଲୋମିଟର ଦୂରରେ ରହିଛି ଅବପାତ।

ଆସନ୍ତା କାଲି ଅଧିକ ଶକ୍ତିଶାଳୀ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସିଭିୟର ସାଇକ୍ଲୋନରେ ପରିଣତ ହେବ। ୨୪ ତାରିଖ ରାତି ଏବଂ ୨୫ ତାରିଖ ସକାଳ ମଧ୍ୟରେ ପୁରୀ ଓ ସାଗର ଆଇଲ୍ୟାଣ୍ଡ ମଧ୍ୟରେ ଊତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିମି ରହିବ। ସ୍ଥଳ ଭାଗରେ ପବନର ବେଗ ୧୨୦ କିମିକୁ ବଢିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

cyclone dana

ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଛନ୍ତି। ଏବେସୁଦ୍ଧା ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ଟି ଜିଲ୍ଲାରେ ୫୧ଟି ଓଡ୍ରାଫ ଟିମ୍‌, ୧୭୮ଟି ଅଗ୍ନିଶମ ବାହିନୀ ଟିମ, ୨୦ଟି ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି। ଆବଶ୍ୟକ ପଡ଼ିଲେ ଅତିରିକ୍ତ ଉଦ୍ଧାରକାରୀ ଟିମ୍‌ ମୁତୟନ କରାଯିବ।

ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ। ପ୍ରଭାବିତ ହେବାକୁଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ ଆଉ ୫ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+