ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’: ଆଉ ମାତ୍ର ଏତିକି ଦୂରରେ

ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି 'ଦାନା'। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଏବଂ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ବାତ୍ୟା ରହିଛି। ସେହିପରି ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି। ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରାଯାଉଛି।

ଆଇଏମଡିର ପୂର୍ବାନୁମାନ ଅନୁସାରେ, ଲ୍ୟାଣ୍ଡଫଲ ସମୟରେ ସର୍ବାଧିକ ପବନର ବେଗ ୧୨୦ ଭିତରେ ସୀମିତ ରହିବ । ବର୍ତ୍ତମାନ ବଙ୍ଗୋପସାରରେ ବାତ୍ୟା ଦାନାର କେନ୍ଦ୍ରସ୍ଥଳରେ ପବନର ବେଗ ସର୍ବାଧିକ ୧୦୫ ରହିଥିବା ବେଳେ ଓ ଉପକୂଳରେ ସର୍ବାଧିକ ୭୦ କିଲୋମିଟର ବେଗରେ ବହୁଛି ।

cyclone dana I

ଆଜି ସନ୍ଧ୍ୟା ୫ରୁ ସକାଳ ୯ ଯାଏଁ ବିମାନ ସେବା ବନ୍ଦ । ଭୁବନେଶ୍ୱର ବିମାନ ବନ୍ଦରରେ ବନ୍ଦ ରହିବ ବିମାନ ଚଳାଚଳ । କାଲି ସକାଳେ ପୁଣି ସମୀକ୍ଷା କରିବେ ବିମାନ ବନ୍ଦର କର୍ତ୍ତୃପକ୍ଷ । ତେବେ ଏନେଇ ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ କହିଛନ୍ତି, ଏଥିରେ ୪୦ ବିମାନର ସେବା ପ୍ରଭାବିତ ହେବ । ଯେଉଁଥିରେ କିଛି ବନ୍ଦ ରହିବ, କିଛି ବିଳମ୍ବ ହେବ, କିଛି ରିସିଡ୍ୟଲ ହେବ କି ଟିକେଟ କ୍ୟାନସଲ ହେବ । ହେଲେ ଯାତ୍ରୀଙ୍କ ସୁରକ୍ଷା ବଡ଼ । ଏବେ ଦିଲ୍ଲୀ ହେଡ଼କ୍ୱାର୍ଟର ଓ ବେସାମାରିକ ବିମାନ ଚଳାଚଳ ମନ୍ତ୍ରାଳୟ ମନିଟରିଂ କରୁଛନ୍ତି । ସେମାନେ ଆମକୁ ବୈଷୟିକ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ପର ଗାଇଡ଼ଲାଇନ ଅନୁସାରେ ପୁଣି ବିମାନ ସେବା ନେଇ ନିଷ୍ପତ୍ତି ନିଆଯିବ । ଅନ୍ତର୍ଜାତୀୟ ବିମାନ ଭାବେ ଆଜି କୁଆଲାମପୁର ବିମାନ ସେବା ବି ବନ୍ଦ ରହିବ । ଯେଉଁମାନେ ଟିକେଟ କରିଛନ୍ତି, ବିମାନ କମ୍ପାନୀ ସମ୍ପୂର୍ଣ୍ଣ ରିଫଣ୍ଡ ଦେବେ କି ରିସ୍ୟୁଡୁଲ କରିବେ ଫ୍ଲାଇଟ, ଯାହା ଡିଜିସିଏ ନିୟମ ରହି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+