ସମୁଦ୍ରରେ ଦାନା ବାନ୍ଧୁଛି ବାତ୍ୟା ‘ଦାନା': ହେଲେ ବାତ୍ୟାର ନାମ ‘ଦାନା' କାହିଁକି ?
ସମୁଦ୍ରରେ ଦାନା ବାନ୍ଧୁଛି 'ଦାନା' । ଅର୍ଥାତ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଯଦି ବାତ୍ୟାର ରୂପ ନିଏ, ତେବେ ଏହାର ନାମ ରହିବ ଦାନା । ଉତ୍ତର ଭାରତ ମହାସାଗରରେ ସୃଷ୍ଟି ଆରବୀ ଭାଷାରେ 'ଦାନା'ର ଅର୍ଥ ନିଖୁଣ ଓ ମୂଲ୍ୟବାନ ମୋତି ବା ମୁକ୍ତା ବୋଲି କୁହାଯାଉଛି ।

ଘୂର୍ଣ୍ଣିଝଡ଼ ନାମ ତାଲିକା ଅନୁସାରେ, ଏହାର ନାମ 'ଦାନା' ରହିବ ବୋଲି କୁହାଯାଉଛି । କାତାର୍ ପକ୍ଷରୁ ଏହି ନାମକରଣ କରାଯାଇଛି । ଆରବୀ ଭାଷାରେ 'ଦାନା'ର ଅର୍ଥ ନିଖୁଣ ଓ ମୂଲ୍ୟବାନ ମୋତି ବା ମୁକ୍ତା ବୋଲି କୁହାଯାଉଛି ।
୨୪ ଘଣ୍ଟା ଭିତରେ ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରୀୟ। ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା। ଏହାପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନିଭୂତ ହେବ। ୨୩ ତାରିଖ ବେଳକୁ ଅବପାତର ରୂପ ନେବା ନେଇ ଆକଳନ।
ସମ୍ଭାବ୍ୟ ବାତ୍ୟା ନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକାଙ୍କ ସୂଚନା। ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ। ୨୩ରୁ ଉପକୂଳ ଓଡ଼ିଶା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏପରିକି ୨୬ ଓ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ।ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରଖୋର୍ଦ୍ଧା, ପୁରୀ, ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।












Click it and Unblock the Notifications