Cyclone Dana: ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ !

Cyclone Dana: ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ ! ଲ୍ୟାଣ୍ଡଫଲ୍‌ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି।

cyclone dana landfall

ଆସନ୍ତାକାଲି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ଟି ଜିଲ୍ଲାରେ ଆସନ୍ତାକାଲି ଏବଂ ପରଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+