Cyclone Dana: ସତ ହେଉଛି ପଞ୍ଜିକା; ଅକ୍ଟୋବରରେ ବାତ୍ୟା ଦାନା ନେଇ ପଞ୍ଜିକାରେ ଉଲ୍ଲେଖ
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି । ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ।
ଆସନ୍ତାକାଲି ଅର୍ଥାତ୍ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ସମୟରେ ଅସଲି ଖଡିରତ୍ନ ପଞ୍ଜିକାର ପୃଷ୍ଠା ଭାଇରାଲ ହେଉଛି।
ପଞ୍ଜିକାରେ ଅକ୍ଟୋବରରେ ବାତ୍ୟା ନେଇ ଉଲ୍ଲେଖ ରହିଛି। ଏପରିକି କେଉଁ ତାରିଖରେ ବାତ୍ୟା ହେବ ଏବଂ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହେବ ତାହା ମଧ୍ୟ ପଞ୍ଜିକାରେ ଗଣନା କରାଯାଇଥିଲା।

ସତ ହେଉଛି ପଞ୍ଜିକା। ଅକ୍ଟୋବର ମାସରେ ବାତ୍ୟା ନେଇ ପଞ୍ଜିକାରେ ପୂର୍ବରୁ ଉଲ୍ଲେଖ ରହିଛି। ଅକ୍ଟୋବର ୧୭ରୁ ୨୩ ଓ ୨୬ରୁ ୩୦ ତାରିଖ ମଧ୍ୟରେ ବାତ୍ୟା ନେଇ ପଞ୍ଜିକାରେ ଗଣନା ହୋଇଥିଲା। ଅସଲି ଖଡୀରତ୍ନ ପଞ୍ଜିକାର ବର୍ଷକ ମଧ୍ୟରେ ରାଜ୍ୟର ଫଳ କଣ ହେବ ଏବଂ ରାଷ୍ଟ୍ରର ଫଳ କଣ ହେବ ବୋଲି ଉଲ୍ଲେଖ କରାଯାଇଥାଏ। ତେବେ ଖଡୀରତ୍ନ ପଞ୍ଜିକାର ୧୯୬ ନଂ ପୃଷ୍ଠାରେ ସ୍ପଷ୍ଟ ଭାବେ ଲେଖାଯାଇଛି ଯେ ରାଜ୍ୟର ଉପକୂଳ ଜିଲା ତଥା ପୁରୀ, କଟକ, ଗୋପାଳପୁର, କୋଣାର୍କ, ଅସ୍ତରଙ୍ଗ, ଯାଜପୁର, ନୟାଗଡ଼, କାକଟପୁର, ନିଆଳି ପ୍ରଭୁତି ଅଞ୍ଚଳରେ ଘୂର୍ଣ୍ଣିବାତ୍ୟା ପୁନଶ୍ଚ ସାମୁଦ୍ରିକ ଝଡ ମହାବାତ୍ୟା ଭଳି ସାଂଘାତିକ ପରିସ୍ଥିତି ସୃଷ୍ଟି କରିବ। ଅକ୍ଟୋବର ୧୭ରୁ ୨୩ ଓ ୨୬ରୁ ୩୦ ତାରିଖ ମଧ୍ୟରେ ବାତ୍ୟା ହେବା ସହ ଆଗାମୀ ନଭେମ୍ବର ମାସରେ ପୁଣି ଏକ ବାତ୍ୟା ହେବ ବୋଲି ଗଣନା କରାଯାଇଛି। ନଭେମ୍ବର ୫ରୁ ୯ତାରିଖ ଏବଂ ୧୧ରୁ ୧୫ତାରିଖ ମଧ୍ୟରେ ପ୍ରଚଣ୍ଡ ବାୟୁ ପ୍ରବାହ, ସାମୁଦ୍ରିକ ଝଡ, ଲଘୁଚାପ, ଜୁଆର ଓ ବନ୍ୟା ବିତ୍ପାତ ଦ୍ୱାରା ବହୁ ଧନଜୀବନ ପ୍ରଭାବିତ ହେବ ବୋଲି ପଞ୍ଜିକାରେ ଆକଳନ କରାଯାଇଛି।












Click it and Unblock the Notifications