ବାତ୍ୟା ଦାନା ମୁକବିଲା ପାଇଁରାଜସ୍ବ ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ
ବାତ୍ୟା ମୁକବିଲା ପାଇଁ ନିର୍ଦ୍ଦେଶ ଦେଲେ ସୁରେଶ ପୂଜାରୀ । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ରାଜସ୍ବ ମନ୍ତ୍ରୀଙ୍କ ନିର୍ଦ୍ଦେଶ। ସମସ୍ତ ଜିଲ୍ଲା ପାଳଙ୍କୁ ନିର୍ଦ୍ଦେଶ । ସମ୍ଭାବ୍ୟ ମୁକାବିଲା ପାଇଁ ନିର୍ଦ୍ଦେଶ।

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଉତ୍ତର ଆଣ୍ଡାମାନ ସାଗର ନିକଟସ୍ଥ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତାକାଲିଏହା ବଙ୍ଗୋପସାଗରେ ଲୁଘଚାପ କ୍ଷେତ୍ରରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ ଅବପାତରେ ପରିଣତ ହେବ। ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇପାରେ। ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ବିଶେଷ କରି ଉପକୂଳବର୍ତ୍ତୀ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି। ମତ୍ସ୍ୟଜୀବୀ ମାନେ ଆଣ୍ଡାମାନ ସାଗରରୁ ୨୧ ତାରିଖ ପର୍ଯ୍ୟନ୍ତ ଯିବାକୁ ବାରଣ କରାଯାଇଛି। ସେହିପରି ୨୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଓ ୨୫ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପ ସଗାରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ ଯାଇଛି। ଯେଉଁ ମତ୍ସ୍ୟଜୀବୀ ମାନେ ସମୁଦ୍ରରେ ଅଛନ୍ତି ସେମାନେ ୨୧ ତାରିଖ ସୁଦ୍ଧା ଫେରି ଆସନ୍ତୁ ବୋଲି ଆଇଏମଡି ଡିଜି କହିଛନ୍ତି।
ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାଟି କେଉଁଠି ସ୍ଥଳଭାଗ ଛୁଇଁବ ସ୍ପଷ୍ଟ ହେବ। ପ୍ରାଥମିକ ଆକଳନ ଅନୁସାରେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ମୁହାଁ ହେବ ଜଣାପଡ଼ିଛି ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।












Click it and Unblock the Notifications