Cyclone Dana: ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ବାତ୍ୟା 'ଦାନା' ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଶନିବାର ସୁଦ୍ଧା ଏହି ଗଭୀର ଅବପାତ ଅବପାତର ରୂପ ନେବ। ଫଳରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ।

Cyclone Dana

ତେବେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ କଟକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନୁଗୋଳ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୨୭ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଥିବାବେଳେ ଏଥିପାଇଁ ବାଲେଶ୍ୱର ଓ ମୟୂରଭଞ୍ଜକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+