Cyclone Dana: ସାବାସ୍ ଆଶାକର୍ମୀ ଶିବାନୀ, ନିଜ କାନ୍ଧରେ ବୃଦ୍ଧାଙ୍କୁ ବୋହି ଆଣିଲେ ବାତ୍ୟା ଆଶ୍ରୟସ୍ଥଳୀ

ମାନବିକତା ଦେଖାଇଲେ ଆଶାକର୍ମୀ । ନିଜ କାନ୍ଧରେ ବୃଦ୍ଧାଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ବୋହି ଆଣିଲେ । କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଖାସମୁଣ୍ଡା ଗାଁର ଆଶାକର୍ମୀ ଶିବାନୀ ମଣ୍ଡଳ ମାନବିକତାର ଜ୍ୱଳନ୍ତ ଉଦାହରଣ ସୃଷ୍ଟି କରିଛନ୍ତି । ଗ୍ରାମର ଜଣେ ବୃଦ୍ଧ ମହିଳାଙ୍କୁ କାନ୍ଧରେ ବୋହି ବାତ୍ୟା ଆଶ୍ରୟସ୍ଥଳୀକୁ ଆଣିଥିଲେ । ଦେବଦୁତ ସାଜି ଶିବାନୀ ଏହି ମହତ କାର୍ଯ୍ୟ କରିଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରଶଂସାର ସୁଅ ଛୁଟିଛି ।

ଏହି ଖବର ପ୍ରକାଶ ପରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ, ବିଧାୟକ ଏବଂ ଜିଲ୍ଲା ପ୍ରଶାସନ ଶିବାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଲେଖିଛନ୍ତି, ରାଜ୍ୟର ସୁରକ୍ଷା ପାଇଁ ଆଗେଇ ଆସିଛନ୍ତି ମାତୃଶକ୍ତି । ଅଦମ୍ୟ ସାହସର ସହ ବାତ୍ୟାରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ଶିବାନୀ କରିଥିବା ପ୍ରୟାସ ସମସ୍ତଙ୍କ ପାଇଁ ଏକ ପ୍ରେରଣା ଦେଇଛି ।

Cyclone Dana

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନାନୁଯାୟୀ, ଲ୍ୟାଣ୍ଡଫଲ୍‌ ପରେ ବର୍ଷା ପରିମାଣ ଅଧିକ ରହିବ। ପ୍ରବଳ ବର୍ଷା ହେଲେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ। ତେଣୁ କୁହାଯାଉଛି, ଉତ୍ତର ଓ ଉପକୂଳ ଓ ଦେଇ ପ୍ରବାହିତ ହେଉଥିବା ପ୍ରମୁଖ ନଦୀ, ଯେମିତିକି ବୁଢାବଳଙ୍ଗ, ସାଳନ୍ଦୀ, ଜଳକା, ସୁବର୍ଣ୍ଣରେଖା, ବୈତରଣୀ ଓ ବ୍ରାହ୍ମଣୀ ଆଦି ଫୁଲିବାର ସମ୍ଭାବନା ରହିଛି। ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେଲେ ଶିମିଳିପାଳରୁ ପାଣି ଆସି ବୁଢାବଳଙ୍ଗ ନଦୀରେ ପଶିବ।

ଅନ୍ୟପକ୍ଷରେ ବାତ୍ୟା ପ୍ରକୋପରେ ଜୁଆର ଉଠିବା ଯୋଗୁ ନଦୀ ପଟେ ପ୍ରାୟ ୧ କିଲୋମିଟରରୁ ୩ କିଲୋମିଟର ଯାଏ ଲୁଣାପାଣି ମାଡ଼ିଆସିବ। ଆଉ ଏଥିଯୋଗୁ ବଙ୍ଗୋପସାଗରରେ ମିଶୁଥିବା ଅଧିକାଂଶ ନଦୀର ପାଣି ଶୀଘ୍ର ସମୁଦ୍ରକୁ ଯାଇପାରିବ ନାହିଁ। ଫଳରେ ବନ୍ୟା ପାଣି ଗାଁ ଗଣ୍ଡାରେ ପଶିବା ନେଇ ଆଶଙ୍କା ସୃଷ୍ଟି ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+