ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ; ପାନୀୟ ଜଳ ପାଇଁ ଆଗୁଆ ପ୍ରସ୍ତୁତି ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ଆଜି ସଚିବସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ବ ବିଭାଗ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହାନିର୍ଦ୍ଦେଶକ ଜି. ମାଥ୍‌ଭାଥନନ୍ ଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ । ବୈଠକର ପ୍ରାରମ୍ଭରେ ମୁଖ୍ୟ ଶାସନ ସଚିବ ସମ୍ଭାବ୍ୟ ଲଘୁଚାପ ଜନିତ ବର୍ଷା ଓ ବାତ୍ୟା ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ସଚିବମାନଙ୍କ ସହିତ ଆଲୋଚନା କରିଥିଲେ ।

cyclone dana

ଜନସାଧାରଣଙ୍କୁ ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତୀ ସମୟରେ ଟେଲିଫୋନ୍ ସେବା, ବିଦ୍ୟୁତ୍ ଶକ୍ତି, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ସେବା ଯୋଗାଇବା ସହିତ ବାତ୍ୟା ପରେ ପରେ ଶିକ୍ଷାନୁଷ୍ଠାନଗୁଡିକ ଚାଲୁକରିବା ସଂପର୍କରେ ପ୍ରସ୍ତୁତି ନେଇ ବୈଠକରେ ଗୁରୁତ୍ବ ଦିଆଯାଇଥିଲା । ବାତ୍ୟା ହେଲେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ଘଟିଲେ ଗ୍ରାମାଂଚଳ ଓ ସହରାଂଚଳରେ ପାନୀୟ ଜଳ ତୁରନ୍ତ ଯୋଗାଇବା ପ୍ରମୁଖ ଆହ୍ବାନ ହୋଇଥାଏ । ସେହିଭଳି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଆବଶ୍ୟକ ଡିଜି/ଜେନେରେଟର ସେଟ୍ ସବୁବେଳେ କାର୍ଯ୍ୟକ୍ଷମ ରହିବାର ନିତାନ୍ତ ଆବଶ୍ୟକତା ରହିଛି । ଏହି ଦୃଷ୍ଟିରୁ ସ୍ଥିତି ଉପରେ ନଜର ରଖ୍ ୨୩ ଓ ୨୪ ତାରିଖରେ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧ୍ବରେ ଥ‌ିବା ଓଭରହେଡ୍ ପାଣି ଟାଙ୍କି ଗୁଡିକ ଶତ ପ୍ରତିଶତ ପୂର୍ଣ ରଖୁବାକୁ ନିର୍ଦ୍ଦେଶ ଦିଆଯାଇଛି । ଶକ୍ତି ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ବିଭାଗ ଏବଂ ଅନ୍ୟ ବିଭିନ୍ନ ସେବା ପାଇଁ ସମନ୍ଵୟ ରଖ୍ ଆବଶ୍ୟକ ଜେନେରେଟର ସେଟ୍ ପ୍ରସ୍ତୁତ ରଖୁବାକୁ ନିର୍ଦେଶ ଦିଆଯାଇଛି । ଜେନେରେଟର ସେଟ୍ ଗୁଡିକର ସଚଳ ରହିବା ପାଇଁ ଯାନ୍ତ୍ରିକ ସ୍ଥିତି ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥ‌ିପାଇଁ ଆବଶ୍ୟକ ସମସ୍ତ କର୍ମଚାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେବାକୁ ପରାମର୍ଶ ଦିଆଯାଇଛି । ଜେନେରେଟର ସେଟ୍ ଗୁଡିକ ଡିଜେଲ ସହ ପ୍ରସ୍ତୁତ ରଖୁବା ସହିତ ଯଥା ଶୀଘ୍ର ସେଗୁଡିକ ଟ୍ରାଏଲ ରନ ( ପରୀକ୍ଷା କରି ପ୍ରସ୍ତୁତ ରଖୁବାକୁ) ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବାତ୍ୟା ପରବର୍ତୀ ସମୟରେ ଆବଶ୍ୟକ ହେଉଥ‌ିବା ସ୍ଥାନ ଓ ଅଂଚଳ ପାଇଁ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ପାଇଁ ଯଥେଷ୍ଟ ପ୍ରସ୍ତୁତି କରିବାକୁ ବୈଠକରେ ଗୁରୁତ୍ବ ଦିଆଯାଇଛି । ଆବଶ୍ୟକ ଜଳ ସଂଚୟ ରଖିବା, ବାତ୍ୟା ସମୟରେ ଓ ବାତ୍ୟା ପରବର୍ତ୍ତୀ ସମୟରେ ସ୍ଥିତି ସ୍ଵାଭାବିକ ନହେବା ପର୍ଯ୍ୟନ୍ତ ଜଳର ଉପଯୁକ୍ତ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି ।

ବୈଠକରେ ଗତ ସେପ୍ଟେମ୍ବର ମାସ ସୁଦ୍ଧା ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ବାବଦରେ କରାଯାଇଥ‌ିବା ଖର୍ଚ୍ଚ ସଂପର୍କରେ ଉପସ୍ଥାପନ କରାଯାଇଥିଲା ଏବଂ ବଜେଟ ଅନୁମୋଦନ ମୁତାବକ ଅର୍ଥର ଉପଯୋଗକୁ ତ୍ବରାନ୍ବିତ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି । ଗତ ବର୍ଷ ତୁଳନାରେ ଚଳିତ ସେପ୍ଟେମ୍ବର ୨୦୨୪ ସୁଦ୍ଧା ରାଜ୍ୟର ନିଜସ୍ବ ରାଜସ୍ୱ ଆଦାୟ ୧୩.୭୩ ପ୍ରତିଶତ ବୃଦ୍ଧି ଘଟିଥ‌ିବା ବୈଠକରୁ ଜଣାଯାଇଛି । ଅନ୍ୟ ସରକାରୀ ଯୋଜନାର ସଫଳ ରୂପାୟନ କ୍ଷେତ୍ରରେ ଗୁରୁତ୍ବ ଦେବା ସହିତ ମୁଖ୍ୟ ଶାସନ ସଚିବ ବିଭିନ୍ନ ପ୍ରସଙ୍ଗରେ ସଚିବମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପରାମର୍ଶ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+