Cyclone Dana: ବାତ୍ୟା ପାଇଁ ଆସନ୍ତାକାଲିଠୁ ୨୫ ତାରିଖ ଯାଏଁ ବନ୍ଦ ରହିବ ଶିମିଳିପାଳ

ବାତ୍ୟା ପାଇଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ଶିମିଳିପାଳ । ଆସନ୍ତାକାଲିଠୁ ୨୫ ତାରିଖ ଯାଏଁ ବନ୍ଦ ରହିବ ଶିମିଳିପାଳ। ସମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି | ଏହି ସମୟରେ କୌଣସି ପର୍ଯ୍ୟଟକ ଆସିପାରିବେ ନାହିଁ ବୋଲି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ କହିଛନ୍ତି |

ଉଲ୍ଲେଖ ଥାଉ କି ତିନିମାସ ବନ୍ଦ ରହିବା ପରେ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଥିଲା | ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା | ଆଉ ଗତ ୧୦ ତାରିଖରୁ ଏହା ଖୋଲାଯାଇଥିଲା |

Shimilipal

ମାଡି ଆସୁଛି ବାତ୍ୟା 'ଦାନା' । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି । ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ବାତ୍ୟାର ପୂର୍ବ ପ୍ରସ୍ତୁତି ପାଇଁ ସରକାର ଜିରୋ କାଜୁଆଲିଟି ଗ୍ରହଣ କରିଛନ୍ତି । ଆଜି ୬ IASଙ୍କୁ ୬ ଜିଲାର ଦାୟିତ୍ୱ ଦେଇଛନ୍ତି ସରକାର । ଆଇଏଏସ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ-ବାଲେଶ୍ୱର, ବଲୱନ୍ତ ସିଂଙ୍କୁ ପୁରୀ, ଭୀନିତ ଭରଦ୍ୱାଜଙ୍କୁ ମୟୂରଭଂଜ ଦାୟିତ୍ୱ ଦିଆଯାଇଛି। ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର, ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ା ଦାୟିତ୍ୱ ଦିଆଯାଇଛି । ଏହି ଆଇଏଏସମାନେ ସଂପୃକ୍ତ ଜଲାରେ ଉଦ୍ଧାର, ରିଲିଫ କାର୍ଯ୍ୟ ତଦାରଖ କରିବେ। କହିରଖୁଛୁ କି, ପୂର୍ବରୁ ସଂପୃକ୍ତ ଜିଲାରେ ଜିଲାପାଳ ଥିଲେ ଏହି ୬ ଆଇଏଏସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+