ମାଡି ଆସୁଛି ବାତ୍ୟା ଦାନା: ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ

ମାଡି ଆସୁଛି ବାତ୍ୟା ଦାନା । ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ । ସମ୍ଭାବ୍ୟ ବାତ୍ୟା ନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକାଙ୍କ ସୂଚନା। ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ। ୨୩ରୁ ଉପକୂଳ ଓଡ଼ିଶା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏପରିକି ୨୬ ଓ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ।ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରଖୋର୍ଦ୍ଧା, ପୁରୀ, ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

cyclone dana

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଉତ୍ତର ଆଣ୍ଡାମାନ ସାଗର ନିକଟସ୍ଥ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତାକାଲିଏହା ବଙ୍ଗୋପସାଗରେ ଲୁଘଚାପ କ୍ଷେତ୍ରରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ ଅବପାତରେ ପରିଣତ ହେବ। ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇପାରେ। ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ବିଶେଷ କରି ଉପକୂଳବର୍ତ୍ତୀ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି। ମତ୍ସ୍ୟଜୀବୀ ମାନେ ଆଣ୍ଡାମାନ ସାଗରରୁ ୨୧ ତାରିଖ ପର୍ଯ୍ୟନ୍ତ ଯିବାକୁ ବାରଣ କରାଯାଇଛି। ସେହିପରି ୨୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଓ ୨୫ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପ ସଗାରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ ଯାଇଛି। ଯେଉଁ ମତ୍ସ୍ୟଜୀବୀ ମାନେ ସମୁଦ୍ରରେ ଅଛନ୍ତି ସେମାନେ ୨୧ ତାରିଖ ସୁଦ୍ଧା ଫେରି ଆସନ୍ତୁ ବୋଲି ଆଇଏମଡି ଡିଜି କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+