Cyclone Dana: ଅପରାହ୍ନ ୪ଟାରେ ବାତ୍ୟା 'ଦାନା' ର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିବେ। ରାଜସ୍ବ ମନ୍ତ୍ରୀ, ମୁଖ୍ୟ ସଚିବ, SRC ଉପସ୍ଥିତ ରହିବେ ।

ସେପଟେ ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଗକୁ ବଢୁଛି ଲୋ ପ୍ରେସର । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ । ଅଧିକ ଘନୀଭୂତ ହୋଇ କାଲି ଅବପାତର ରୂପ ନେବ । ୨୩ ତାରିଖରେ ସୃଷ୍ଟି ହୋଇପାରେ ବାତ୍ୟା । ତେବେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼ର ନାଁ ରଖାଯାଇଛି 'ଦାନା'। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୪ ସକାଳେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ଯାଏଁ ରହିପାରେ।
ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ସରକାର ଆରମ୍ଭ କରିଛନ୍ତି ପ୍ରସ୍ତୁତି। ରାଜ୍ୟ ଜରୁରୀକାଳୀନ ଅପରେସନ୍ ସେଣ୍ଟରରେ ସାଇକ୍ଲୋନ ଗତିବିଧି ଉପରେ ନଜର ରଖିଛନ୍ତି ଏସଆରସି ଅଫିସର ଅଧିକାରୀ । ରାତି ସାରା ଅଧିକାରୀମାନେ ସ୍ଥିତି ଓ ମୁକାବିଲା ଉପରେ ନଜର ରଖିଛନ୍ତି । ଯେଉଁ ଜିଲ୍ଲା ଗୁଡ଼ିକରେ ବର୍ଷା ହେବ ସେସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ୨୬ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ସତର୍କ ସୂଚନା ପରେ ଗଭୀର ସମୁଦ୍ରରୁ ଫେରି ଆସୁଛନ୍ତି ମତ୍ସ୍ୟଜୀବୀ । ତଳିଆ ଅଞ୍ଚଳ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥିତ କରିବା ସହ ଗର୍ଭବତୀଙ୍କୁ ନିକଟସ୍ଥ ହସ୍ପିଟାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଜିରୋ କାଜୁଆଲିଟି ଲକ୍ଷ୍ୟ ରହିଛି ।












Click it and Unblock the Notifications