Cyclone Dana Update: ବାତ୍ୟା ଦାନା ବଡ ଅପଡେଟ, ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ
ପୁଣି ବାତ୍ୟାକୁ ନେଇ ବଡ଼ ସୂଚନା । ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ । ୨୫ରେ ମଧ୍ୟ ବର୍ଷାର ପ୍ରଭାବ ରହିବ, ୨୬ରୁ କମିବ ବର୍ଷା । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।
ଅନ୍ୟପଟେ ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ବାତ୍ୟା 'ଦାନା' ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

ବର୍ତ୍ତମାନ ପାରାଦୀପଠାରୁ ୬୭୦ କିଲୋମିଟର ଦକ୍ଷିଣପୂର୍ବ ଓ ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୨୦ କିଲୋମିଟ ଦକ୍ଷିଣ-ଦକ୍ଷିଣ ପୂର୍ବ ଦୂରରେ କେନ୍ଦ୍ରୀଭୂତ ରହିଛି ଡିପ୍ ଡିପ୍ରେସନ୍। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ବାତ୍ୟାର ରୂପ ନେବ। ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ।ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ। ପ୍ରଭାବିତ ହେବାକୁଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ ଆଉ ୫ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା ହୋଇଛି।
ଆଜି ସନ୍ଧ୍ୟା ପରଠାରୁ ଉପକୂଳ ଜିଲ୍ଲାରେ ବର୍ଷା ହେବ । ଧାମରା ଓ ପାରାଦୀପ ବନ୍ଦରକୁ ୪ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଏଥି ସହିତ ଗୋପାଳପୁରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି।। ଅନ୍ୟପଟେ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ନେଇ ୩ଟି ସ୍ଥାନକୁ ସତର୍କ ସୂଚନା ଜାରି କରିଛି ଆଇଏମଡି। ବାଲେଶ୍ବର କୁମ୍ଭୀରଗଡ଼ିରେ ୦.୫ ମିଟରରୁ ୧.୫ ମିଟର ଉଠିପାରେ ଜୁଆର। ଭଦ୍ରକ ମୋହନପୁରରେ ୦.୮ ମିଟରରୁ ୧.୪ ମିଟର ଓ କେନ୍ଦ୍ରାପଡ଼ା ଟିକାୟତନଗରରେ ୦.୨ ମିଟରରୁ ୦.୯ ମିଟର ଉଠିପାରେ ଜୁଆର।












Click it and Unblock the Notifications