Cyclone Dana: ସମସ୍ତ ବନ୍ଦରକୁ ୨ ନମ୍ବର ବିପଦ ସଂକେତ

ସମସ୍ତ ବନ୍ଦରକୁ ୨ ନମ୍ବର ବିପଦ ସଂକେତ ଦିଆଯାଇଛି। ଏହା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଆଜିଠୁ ଆସିବା ପାଗରେ ପରିବର୍ତ୍ତନ ହେ । ବର୍ଷାର ପରିମାଣ ୩୦ ସେମି ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ହୋଇପାରେ। ବାଲେଶ୍ବର, ଭଦ୍ରକ, ପୁରୀ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କଟକ ଆଦି ଜିଲ୍ଲାରେ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ଦାନା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ସକାଳ ସାଢେ ୫ଟାରେ ଗଭୀର ଅବପାତଟି ବାତ୍ୟାରେ ପରିଣତ ହୋଇଛି। ଉତ୍ତର ପଶ୍ଚିମ ଦିଗକୁ ଏହାର ଗତି ରହିଛି। କାଲି ସକାଳ ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହେବ। ୨୪ ରାତିରୁ ୨୫ ତାରିଖ ସକାଳ ଭିତରେ ସ୍ଥଳ ଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦କିମି ଘଣ୍ଟା ପ୍ରତି ରହିବ ।

Cyclone Dana

'ଦାନା'ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି। ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି। ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଓ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି।

ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ସହଯୋଗ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଅଗ୍ନିଶମ, ଓଡ୍ରାଫ୍, ଏନ୍ଡିଆରଏଫ୍, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ପ୍ରସ୍ତୁତ ରହିଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+