Cyclone Dana: ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ରୋଡମ୍ୟାପ୍

ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା 'ଦାନା'। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ଭାବ୍ୟ ବାତ୍ୟା ମୁକାବିଲା ବୈଠକରୁ ଜଣାପଡ଼ିଛି ଯେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୩ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୬କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏବେ ପାରାଦୀପଠୁ ପ୍ରାୟ ୭୦୦କିମି ଦକ୍ଷିଣ-ଦକ୍ଷିଣ ପୂର୍ବ, ସାଗରଦୀପ(ପଶ୍ଚିମବଙ୍ଗ)ଠୁ ୭୫୦କିମି ଦକ୍ଷିଣ-ଦକ୍ଷିଣପୂର୍ବ ଏବଂ ଖେପୁପଡ଼ା(ବାଂଲାଦେଶ)ରୁ ୭୩୦କିମି ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା ୨୪ ତାରିଖ ସକାଳ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୪ତାରିଖ ରାତି ଓ ୨୫ତାରିଖ ସକାଳେ ପୁରୀ ଓ ସାଗରଦୀପ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୦୦ରୁ ୧୧୦କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

ମନ୍ତ୍ରୀ କହିଛନ୍ତି, ସମ୍ବେଦନଶୀଳ ଅଞ୍ଚଳର ସମସ୍ତ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ବୁଧବାର ସୂର୍ଯ୍ୟାସ୍ତ ପୂର୍ବରୁ ସମସ୍ତଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ଅଣାଯିବ। ଏବେ ବାତ୍ୟା ଆଶ୍ରୟସ୍ଥଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇସାରିଛି। ପ୍ରଭାବିତ ହେବାକୁ ଥିବା ଜିଲାରେ ୮୬୪୭ଜଣ ଗର୍ଭବତୀଙ୍କୁ ଚିହ୍ନଟ କରାଯାଇଛି। ସମସ୍ତଙ୍କୁ ହସ୍ପିଟାଲ ଅଣାଯିବ। ସେହିଭଳି ବିଭିନ୍ନ ସ୍ଥାନରେ ୫୧ ଓଡ଼୍ରାଫ ଟିମ୍‌ ମୁତୟନ ହୋଇସାରିଥିବା ସେ କହିଛନ୍ତି।

ପ୍ରକାଶ ଯେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏବେ ଏହା ୭ କିମି ବେଗରେ ଗତି କରୁଥିବା ବେଳେ ପାରାଦୀପଠାରୁ ୬୯୦ କମି ଦୂରରେ ରହିଛି। ବୁଧବାର ସୁଦ୍ଧା ଏହା ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।

ରାଜ୍ୟରେ ସମ୍ଭାବ୍ୟ ବାତ୍ୟା 'ଦାନା' ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ଜିରୋ କାଜିଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଆଜି ରାତିରେ ଭଟିଣ୍ଡାରୁ ହେଲିକପ୍ଟର ଯୋଗେ ୫ଟି ଏନଡିଆରଏଫ ଟିମ୍ ଓଡ଼ିଶା ଆସୁଛନ୍ତି। ଏବେସୁଦ୍ଧା ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ଟି ଜିଲ୍ଲାରେ ୫୧ଟି ଓଡ୍ରାଫ ଟିମ୍‌, ୧୭୮ଟି ଅଗ୍ନିଶମ ବାହିନୀ ଟିମ, ୨୦ଟି ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅନୁଗୁଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ ଓ ମୟୂରଭଞ୍ଜ ଭଳି ୧୪ଟି ଜିଲ୍ଲାକୁ ହାଇଆଲର୍ଟ ଜାରି କରାଯିବା ସହ ବାତ୍ୟା ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+