ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଘୂର୍ଣ୍ଣିବଳୟ; ୨୩ରେ ବାତ୍ୟାର ରୂପ ନେବ ଦାନା ! ୨୬ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଘୂର୍ଣ୍ଣିବଳୟ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ପର୍ଯ୍ୟାୟକ୍ରମେ ଏହା ଅବପାତ ଏବଂ ବାତ୍ୟାର ରୂପ ନେବ । ୨୩ରେ ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ସୂଚନା ଅନୁସାରେ, ୨୪ ସକାଳେ ସ୍ଥଳଭାଗ ଛୁଇଁପାରେ ବାତ୍ୟା 'ଦାନା' । ସେହିଦିନ ସକାଳେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟାର ନାଁ ରଖାଯାଇଛି 'ଦାନା' ।

cyclone dana

ସେପଟେ IMD ଡିଜି କହିଛନ୍ତି ଯେ, ୨୪ ଓ ୨୫ ତାରିଖ ବେଶୀ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ଯାଏଁ ରହିପାରେ । ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ପର୍ଯ୍ୟନ୍ତ ଯିବ ବୋଲି ଆକଳନ କରାଯାଇଛି । ଏହା ପ୍ରଭାବରେ ଖାଲି ପବନ କି ବର୍ଷା ନୁହେଁ ତା ସାଙ୍ଗକୁ ସମୁଦ୍ରରେ ଉଚ୍ଚ ଜୁଆର ଆସିବ ବୋଲି ବି ଚେତାଇ ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ତେଣୁ ସମୁଦ୍ର ଭିତରେ ଥିବା ଲୋକଙ୍କୁ ଆସନ୍ତାକାଲି ସୁଦ୍ଧା ଫେରି ଆସିବାକୁ ସେ ପରାମର୍ଶ ଦେଇଛନ୍ତି ।

ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୩ ତାରିଖରୁ ପବନ ଓ ବର୍ଷା ଆରମ୍ଭ ହେବ । ଝଡ଼ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଗଂଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୫ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ । କେତେକ ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଏବଂ ଆଉ କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ ।

ସେପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ସରକାର କାମ କରୁଥିବା ସୂଚନା ଦେଇଛନ୍ତି ଏସଆରସି ଦେଓରଂଜନ ସିଂ । ସମ୍ଭାବ୍ୟ ବାତ୍ୟା ମୁକାବିଲା ବୈଠକ ପରେ ପ୍ରେସମିଟ୍ କରି SRC କହିଛନ୍ତି, ସରକାର ସମ୍ଭାବ୍ୟ ବାତ୍ୟା ଉପରେ ତୀକ୍ଷଣ ନଜର ରଖିଛନ୍ତି । ୨୩ ତାରିଖରୁ ୨୫ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପୁରୀ, ଗଞ୍ଜାମ, ଜଗତସିଂହପୁରରେ ସବୁଠୁ ଅଧିକ ବର୍ଷା ହେବ । କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଗଜପତି, କନ୍ଧମାଳ, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏନେଇ ସମସ୍ତଙ୍କୁ ଆଲର୍ଟ କରାଯାଇଛି ।

ସେହିପରି ୨୬ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ଯେଉଁମାନେ ସମୁଦ୍ରକୁ ଯାଇଛନ୍ତି ଅତିଶୀଘ୍ର ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ତଳିଆ ଅଞ୍ଚଳ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ଆଜି ବାତ୍ୟା ଆଶ୍ରୟ ସ୍ଥଳୀକୁ ଯାଇ ଯାଞ୍ଚ କରିବେ । ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥିତ କରିବା ସହ ଗର୍ଭବତୀଙ୍କୁ ନିକଟସ୍ଥ ହସ୍ପିଟାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଜିରୋ କାଜୁଆଲିଟି ଲକ୍ଷ୍ୟ ରହିଥିବା ସୂଚନା ଦେଇଛନ୍ତି ଏସଆରସି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+