୨୩ ଓ ୨୪ରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୬୦-୭୦ କିମି ବେଗରେ ବହିବ ପବନ

ବାତ୍ୟା ପ୍ରଭାବରେ ଅକ୍ଟୋବର ୨୩ ଓ ୨୪ରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଉପକୂଳ ଓଡ଼ିଶାରେ ପବନ ବହିବାର ସମ୍ଭାବନା ଥିବା ଆଜି ଅପରାହ୍ନ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ଭୁବନେଶ୍ୱର: ଓଡ଼ିଶା ଛୁଇଁବନି ବାତ୍ୟା 'ସିତ୍ରାଙ୍ଗ' । ଓଡ଼ିଶା ଉପକୂଳରୁ କିଛି ଦୂରରେ ଘସି ହୋଇ ଚାଲିଯିବ । ହେଲେ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୩ ଓ ୨୪ରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଉପକୂଳ ଓଡ଼ିଶାରେ ପବନ ବହିବାର ସମ୍ଭାବନା ଥିବା ଆଜି ଅପରାହ୍ନ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

Cyclone Effect

ତେବେ ୨୩ ଅକ୍ଟୋବରରେ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପବନର ବେଗ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ରହିବ । ସେହିପରି ୨୪ ଅକ୍ଟୋବରରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳ, ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୬୦-୭୦ କିଲୋମିଟର ରହିବା ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୮୦ କିଲୋମିଟର ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଏବଂ ଦକ୍ଷିଣ ପୂର୍ବ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀମାନଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି। ୨୪ ତାରିଖ ଭୋର ପରଠାରୁ ଉପକୂଳ ଓଡ଼ିଶାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ବେଳେ ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସୂଚନାଥାଉ କି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଆଜି ସୃଷ୍ଟି ହୋଇଛି ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ସକ୍ରିୟ ଲଘୁଚାପ ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ । ପରେ ଏହା ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଗଭୀର ଅବପାତ ଓ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୪ ତାରିଖ ବେଳକୁ ଏକ ସାମୁଦ୍ରିକ ରୂପ ନେବ ।

ତେବେ ସିଷ୍ଟମଟି ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ । ବାତ୍ୟା ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମ ବଙ୍ଗ ବାଂଲାଦେଶକୁ ମୁହାଁଇବ । ୨୫ ସୁଦ୍ଧା ବାତ୍ୟା ପଶ୍ଚିମବଙ୍ଗ -ବାଂଲାଦେଶ ଉପକୂଳରେ ପହଞ୍ଚିବ ବୋଲି କହିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପଶ୍ଚିମବଙ୍ଗ-ବାଂଲାଦେଶ ଉପରେ ଏହାର ସର୍ବାଧିକ ପ୍ରଭାବ ରହିବ । ତେବେ ବାତ୍ୟାର ତୀବ୍ରତା କେତେ ରହିବ ବର୍ତ୍ତମାନ ଯାଏଁ ଆକଳନ କରାଯାଇ ନାହିଁ ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+