Cyclone Alert: କାଲି ସୃଷ୍ଟି ହେବ ବାତ୍ୟା, କେଉଁଠି ହେବ ଲ୍ୟାଣ୍ଡଫଲ ?
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ କାଲି ସୃଷ୍ଟି ହେବ ବାତ୍ୟା । ଏବେ ଆଗକୁ ବଢୁଛି ଗଭୀର ଅବପାତ । ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଡିପ୍ ଡିପ୍ରେସନ୍ ଏବେ ଶ୍ରୀଲଙ୍କାର ତ୍ରିଙ୍କୋମାଲିରୁ ୩୧୦ କିମି ଦକ୍ଷିଣ ପୂର୍ବ, ତାମିଲନାଡୁର ନାଗାପଟିନମରୁ ୫୯୦ କିମି ଓ ଚେନ୍ନାଇରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଧୀରେ ଧୀରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୧୨ ଘଣ୍ଟାରେ ହେବ ଗଭୀର ଅବପାତ ।
ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୃଷ୍ଟି ହେବ ବାତ୍ୟା । ପରବର୍ତ୍ତୀ ଦୁଇ ଦିନରେ ଉପକୂଳ ଅତିକ୍ରମ କରିବ ସାଇକ୍ଲୋନ । ତାମିଲନାଡୁ ମୁହାଁ ହେବା ସହ ଶ୍ରୀଲଙ୍କା ଉପକୂଳକୁ ହିଟ୍ କରିବା ସମ୍ଭାବନା ରହିଛି । ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ । ତେବେ ଓଡ଼ିଶାରେ ୨୮ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ୧ ତାରିଖ ଯାଏ କିଛି ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି ।

ଏପଟେ ବର୍ଷ ପରେ ବର୍ଷ ଉତ୍ତପ୍ତ ହେଉଛି ପୃଥିବୀ, ଭାଙ୍ଗୁଛି ଗୋଟିକ ପରେ ଗୋଟିଏ ରେକର୍ଡ । ପୁଣି ଚିନ୍ତା ବଢ଼ାଇଲା ଚଳିତ ବର୍ଷର ବିଶ୍ୱ ତାପମାତ୍ରା । ୨୦୨୩କୁ ଟପି ସର୍ବକାଳୀନ ରେକର୍ଡ ଭାଙ୍ଗିବ ୨୦୨୪ର ତାତି । ବିଶ୍ୱ ପାଣିପାଗ ସଂଗଠନର ରିପୋର୍ଟ ପରେ ଜାତିସଂଘ ଉଦବେଗ ପ୍ରକାଶ କରିଛି । ମାନବଜାତି ନିଜେ ପୃଥିବୀରେ ନିଆଁ ଲଗାଉଛି ଏବଂ ନିଜେ ହିଁ ତାର ଫଳ ଭୋଗୁଛି ବୋଲି କହିଛନ୍ତି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟାରେସ୍ ।ସୂଚନା ଅନୁସାରେ, ଚଳିତବର୍ଷ ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ରେକର୍ଡ ହୋଇଥିବା ବିଶ୍ୱର ହାରାହାରି ତାପମାତ୍ରାକୁ ଦେଖି ଆକଳନ କରାଯାଉଛି ଯେ, ୨୦୨୪ ମସିହା ତାତିରେ ସର୍ବକାଳୀନ ରେକର୍ଡ ଭାଙ୍ଗିବାକୁ ଯାଉଛି । କେବଳ ଏତିକି ନୁହେଁ, ପ୍ରି-ଇଣ୍ଡଷ୍ଟ୍ରିଆଲ୍ ବା ପ୍ରାକ୍-ଔଦ୍ୟୋଗିକ ବିଶ୍ୱ ତାପମାତ୍ରା ସ୍ତର ଠାରୁ ପ୍ରଥମ ଥର ପାଇଁ ଦେଢ଼ ଡିଗ୍ରୀ ଉତ୍ତାପ ବୃଦ୍ଧି ପାଇଛି ।
ଚଳିତ ଶତାବ୍ଦୀରେ ବିଶ୍ୱ ତାପମାତ୍ରା ବୃଦ୍ଧିକୁ ଦେଢ଼ ଡିଗ୍ରୀ ଭିତରେ ସୀମିତ ରଖିବା ପାଇଁ ପ୍ୟାରିସ ରାଜିନାମାରେ ନିଷ୍ପତ୍ତି ନିଆଯାଇଥିଲା । ୨୦୨୩ରେ ଏହା ୧.୪୫ ଡିଗ୍ରୀ ବୃଦ୍ଧି ପାଇଥିଲା । ତେବେ ଚଳିତବର୍ଷ ଏହା ପ୍ରଥମ ଥର ପାଇଁ ୧.୫ ଡିଗ୍ରୀ ବଢ଼ିଥିବାରୁ ଏହାକୁ ନେଇ ବିଶ୍ୱସ୍ତରରେ ଚିନ୍ତା ପ୍ରକାଶ ପାଇଛି ।












Click it and Unblock the Notifications