ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ।
ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । କାଲି ପାଇଁ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ।

ବଙ୍ଗୋପସାଗରେ ଲଘୁଚାପ ସମ୍ଭାବନା ଦେଖା ଦେଇଛି। ରବିବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପ୍ରଦାନ କରାଯାଇଛି। ଏହା ସହିତ ଆସନ୍ତା କାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି।
ଏହାର ପ୍ରଭାବରେ ବଙ୍ଗୋପ ସାଗର ଓ ଆଣ୍ଡାମାନ ସାଗର ଉପରେ ପାଗ ମେଘୁଆ ରହିବ। ଆକାଶ ବାଦଲରେ ଆଛାଦିତ ହେବ ବୋଲି ଅନୁମାନ କରାଯାଇଛି । ସେହିପରି ଆରବ ସାଗର ଉପରେ ଘୂର୍ଣ୍ଣି ବଳୟ ସୃଷ୍ଟି ସମ୍ଭାବନା ଦେଖାଦେଇଛି।
ଅନ୍ୟପକ୍ଷରେ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।












Click it and Unblock the Notifications