ସମ୍ଭାବ୍ୟ ବାତ୍ୟା ପାଇଁ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ

ସମ୍ଭାବ୍ୟ ବାତ୍ୟା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ବୈଠକ ପରେ ବାତିଲ ହେଲା ଛୁଟି । ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ।

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ବୈଠକ ପରେ ବାତିଲ ହେଲା ଛୁଟି । ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ । କର୍ମଚାରୀଙ୍କ ଛୁଟି ବାତିଲ, ହେଡକ୍ୱାର୍ଟରରେ ରହିବାକୁ ନିର୍ଦ୍ଦେଶ ।

Cyclone

ସ୍ୱତନ୍ତ୍ର ରିଲିଫ କମିସନରଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ଓଏସ୍‌ଡିଏମ୍‌ଏ କାର୍ଯ୍ୟକାରୀ ନିର୍ଦ୍ଦେଶକ ଜ୍ଞାନ ଦାଶ କହିଛନ୍ତି, ଲଘୁଚାପ ନେଇ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦେଶ ଦିଆଯାଇଛି। ଏହି ସମୟରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ମୁଖ୍ୟ କାର୍ଯ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ଏ ନେଇ ଟ୍ୱିଟ୍ କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଉତ୍ତର ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ଆହୁରୀ ଘନିଭୁତ ହେବାର ଆଶଙ୍କା ରହିଛି ।

୨ ତାରିଖ ବେଳକୁ ଓଡ଼ିଶାରେ ବାତ୍ୟାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟା 'ସୁପର ସାଇକ୍ଲୋନ୍‌' ହେବାର ଆଶଙ୍କା ନାହିଁ । ବାତ୍ୟା ସୃଷ୍ଟି ପାଇଁ ବଙ୍ଗୋପସାଗରର ସ୍ଥିତି ଅନୁକୂଳ ରହିଛି ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ (ଡିଜି) ମୃତ୍ୟୁଞ୍ଜୟ ମହାପାତ୍ର। ତେବେ ଲଘୁଚାପ ବା ଅବପାତ ହେଲା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ' ବୋଲି IMD ଡିଜି ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+