ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତ: ୧୮ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି, କହିଲେ ପ୍ରସ୍ତୁତ ରୁହନ୍ତୁ
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ।
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା । ସମ୍ଭାବ୍ୟ ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ।

ଏହି ଜିଲ୍ଲାଗୁଡିକର ଏମରଜେନ୍ସି ଅଫିସ ଓ କଣ୍ଟ୍ରୋଲ ରୁମ୍ ଦିନରାତି ଖୋଲା ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ସ୍ଥାନ ଚିହ୍ନଟ ସହ ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ ସେଠାରୁ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି ।
ବିଶେଷ କରି ଉପକୂଳବର୍ତ୍ତୀ ଅଞ୍ଚଳରେ ମାଟିଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର ପାଇଁ କୁହାଯାଇଛି । ସୁରକ୍ଷିତ ସ୍ଥାନ ବା କୋଠା ଚିହ୍ନଟ କରି ସେହିଠାରେ ବାତ୍ୟା ଆଶ୍ରୟସ୍ଥଳୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ବିଡିଓ ଓ ତହସିଲଦାରଙ୍କ ଦ୍ୱାରା ବାତ୍ୟା ଆଶ୍ରୟସ୍ଥଳୀକୁ ନିରୀକ୍ଷଣ କରାଇବାକୁ କୁହାଯାଇଛି ।

ସେପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ୍ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା ହେବ ।
ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ ଏସ୍ଆରସି ।
ସୂଚନାଯୋଗ୍ୟ, ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗତକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି ତାହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାପରେ ବାତ୍ୟା ନେଇ ସଠିକ୍ ଆକଳନ କରି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି । ଏହା କେଉଁଠି ଲ୍ୟାଣ୍ଡଫଲ୍ କରିବ, କେତେ ତୀବ୍ର ରହିବ ସେନେଇ ଆସନ୍ତାକାଲି ହିଁ ସଠିକ୍ ଆକଳନ କରିହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ତେବେ ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି ବୋଲି ସେ କହିଛନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications