ଅବପାତରେ ପରିଣତ ହେଲା 'ଜୱାଦ': ଜାଣନ୍ତୁ, କେଉଁଠି କେତେ ବର୍ଷା ରେକର୍ଡ ହୋଇଛି ?

ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଖଲିକୋଟରେ ସର୍ବାଧିକ ୧୫୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ୱର: ପୁଣି ବଳ ହରାଇ ଅବପାତରେ ପରିଣତ ହୋଇଛି 'ଜୱାଦ' । ପାଣିପାଗ ବିଭାଗ ତରଫରୁ ମିଳିଥିବା ସୂଚନା ମୁତାବକ, ଏବେ ଏହି ଅବପାତ ସମୁଦ୍ର ଭିତରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଗତି କରୁଛି । ପୁରୀଠାରୁ ଏବେ ୫୦ କିଲୋମିଟର ଦୂରରେ ରହିଥିବା ସୂଚନା ମିଳିଛି ।

 rainrecorded

ସେପଟେ ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଖଲିକୋଟରେ ସର୍ବାଧିକ ୧୫୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ନୟାଗଡ଼ରେ ୧୦୭.୫ମିମି, ଗଞ୍ଜାମ ଛତ୍ରପୁରରେ ୮୬.୬, ଖୋର୍ଦ୍ଧା ବାଣପୁରରେ ୮୧, ଗଞ୍ଜାମ ପୋଲସରାରେ ୭୧.୮, କୋଦଳାରେ ୬୮, ଏରସମାରେ ୬୮ ଓ ରାଜନଗରରେ ୬୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଏବେ କେନ୍ଦ୍ରାପଡା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ଲାଗିରହିଛି। ଆସନ୍ତା ୩ଘଣ୍ଟା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ଆଜି ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଂଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଟ୍ୱିନ୍ ସିଟି ପାଇଁ ମଧ୍ୟ ଅରେଂଜ ୱାଣ୍ଣିଂ ଜାରି କରାଯାଇଛି । କଟକ ଭୁବନେଶ୍ୱର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିପରି ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+