କେନ୍ଦ୍ରୀୟ ଟିମର ବାତ୍ୟା 'ଜୱାଦ' ସମୀକ୍ଷା: ସପ୍ତାହକ ମଧ୍ୟରେ ଦେବେ କ୍ଷୟକ୍ଷତି ରିପୋର୍ଟ
ବାତ୍ୟାରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲା କେନ୍ଦ୍ରୀୟ ଟିମ୍ । କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟ ଶାସନ ସଚିବ, ଏସଆରସି, କୃଷି ବିଭାଗ ପ୍ରମୁଖ ସଚିବଙ୍କ ସହ ଆଲୋଚନା କରିଛନ୍ତି। ଏହାପରେ ଦିଲ୍ଲୀ ଫେରିଛି କେନ୍ଦ୍ରୀୟ ଟିମ ।
ଭୁବନେଶ୍ୱର: ବାତ୍ୟାରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲା କେନ୍ଦ୍ରୀୟ ଟିମ୍ । କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟ ଶାସନ ସଚିବ, ଏସଆରସି, କୃଷି ବିଭାଗ ପ୍ରମୁଖ ସଚିବଙ୍କ ସହ ଆଲୋଚନା କରିଛନ୍ତି। ଏହାପରେ ଦିଲ୍ଲୀ ଫେରିଛି କେନ୍ଦ୍ରୀୟ ଟିମ ।

କେନ୍ଦ୍ରୀୟ ଟିମର ସଦସ୍ୟ ଶ୍ରୀମତୀ ଜୈନ କହିଛନ୍ତି, ଚାଷୀଙ୍କୁ ଉପଯୁକ୍ତ ସହାୟତା ମିଳିବା ପାଇଁ ରିଲିଫ କୋଡ଼ରେ ସଂଶୋଧନର ଆବଶ୍ୟକତା ରହିଛି । ଏନେଇ କେନ୍ଦ୍ର ସରକାରଙ୍କୁ ସୁପାରିସ କରାଯିବ । ରିଲିଫ କୋଡ଼ ସଂଶୋଧନ ପାଇଁ ବିଭିନ୍ନ ମନ୍ତ୍ରଣାଳୟର ସମ୍ପର୍କ ରହିଛି । ଏନେଇ କେନ୍ଦ୍ର କ୍ୟାବିନେଟ ଚୂଡ଼ାନ୍ତ ନିଷ୍ପତ୍ତି ନେବ ।
ସେହିପରି ବାତ୍ୟା ଜନିତ ଲଗାଣ ବର୍ଷାରେ ଚାଷୀଙ୍କର ବ୍ୟାପକ ଫସଲ ନଷ୍ଟ ହୋଇଥିବା କେନ୍ଦ୍ରୀୟ ଟିମ୍ ସଦସ୍ୟ ଡକ୍ଟର ମାନସ କୁମାର ସିହ୍ନା କହିଛନ୍ତି । ଧାନ ଫସଲ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଛି । ଚିନାବାଦାମ ପରି ଅର୍ଥକରୀ ଫସଲ, ପନିପରିବା ବିଲରେ ପଚିଯାଇଛି । ଚାଷୀଙ୍କୁ କିପରି ଉଚିତ୍ ସହାୟତା ମିଳିବ, କେନ୍ଦ୍ରୀୟ ଟିମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିବ ।

ତେବେ କେନ୍ଦ୍ରୀୟ ଟିମ କ୍ଷୟକ୍ଷତି ଆକଳନ କରି ସପ୍ତାହକ ମଧ୍ୟରେ ସ୍ୱରାଷ୍ଟ୍ର ବିଭାଗକୁ ରିପୋର୍ଟ ପ୍ରଦାନ କରିବ । ଲଗାଣ ବର୍ଷା ଯୋଗୁଁ ୬ଟି ଜିଲ୍ଲା, ପୁରୀ, ଗଞ୍ଜାମ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡ଼ାରେ ଚାଷୀଙ୍କର ବ୍ୟାପକ କ୍ଷୟକ୍ଷତି ହୋଇଛି ।
ଉଲ୍ଲେଖଯୋଗ୍ୟ ଯେ, ବର୍ଷା ଜନିତ କ୍ଷୟକ୍ଷତି ଆକଳନ ପାଇଁ ଦୁଇଦିନିଆ ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍ ୬ ଜିଲ୍ଲାକୁ ଗସ୍ତ କରିଛନ୍ତି । ସକାଳେ ଭୁବନେଶ୍ବରରେ କେନ୍ଦ୍ରୀୟ ଟିମ୍ ଏନେଇ ଏସଆରସିଙ୍କ ସହ ଆଲୋଚନା କରିଥିଲେ । କ୍ଷେତ୍ର ପରିଦର୍ଶନ ପରେ ଆସନ୍ତାକାଲି ଅପରାହ୍ନରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ । ରାଜ୍ୟ ସରକାର ମଧ୍ୟ ଆସନ୍ତା ସପ୍ତାହରେ କେନ୍ଦ୍ର ସରକାରଙ୍କୁ କ୍ଷତି ଭରଣା ପାଇଁ ସ୍ମାରକପତ୍ର ଦେବେ ।












Click it and Unblock the Notifications