ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି
ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ, ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡିକରେ ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଛନ୍ତି ଏସଆରସି ।
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ, ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡିକରେ ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଛନ୍ତି ଏସଆରସି ।

ଜିରୋ କାଜୁଆଲିଟିର ମିଶନ ନେଇ କାମ କରୁଥିବା ରାଜ୍ୟ ସରକାର ବାତ୍ୟା ପୂର୍ବରୁ ପୂରା ସ୍ଥିତି ଉପରେ କଡା ନଜର ରଖିଛନ୍ତି । ତଳିଆ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାହାଡିଆ ଅଞ୍ଚଳରେ ଭୁସ୍କଳନ ସମ୍ଭାବନା ଥିବାରୁ ଏହା ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ୩ ରାତିରୁ ସମୁଦ୍ର ଭୀଷଣ ଅଶାନ୍ତ ହେବାକୁ ଥିବା ବେଳେ ମତ୍ସ୍ୟଜୀବୀ ମାନଙ୍କୁ ଫେରି ଆସିବାକୁ କୁହାଯାଇଛି ।
ଜଳ ବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କ ସୂଚନା ଜାରି କରିଛନ୍ତି। ଅହୋରାତ୍ର କଣ୍ଟ୍ରୋଲ ରୁମ୍ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ନିର୍ଦ୍ଦେଶ ଦିଆଯାଇଛି।












Click it and Unblock the Notifications