ଆସୁଛି ବାତ୍ୟା ‘ଜୱାଦ’: ୧୦୦ କିମି ବେଗରେ ବହିବ ପବନ, ଆଜି ସ୍ପଷ୍ଟ ହେବ ଗତିପଥ
ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇ ସାରିଛି । ଆଗାମି ୧୨ ଘଣ୍ଟାରେ ଡିପ୍ରେସନରେ ପରିଣତ ହେବ । ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ ।
ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇ ସାରିଛି । ଆଗାମି ୧୨ ଘଣ୍ଟାରେ ଡିପ୍ରେସନରେ ପରିଣତ ହେବ । ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ । ଡିପ୍ରେସନ ହେବା ପରେ ବାତ୍ୟାର ଗତିପଥ ଅଧିକ ସ୍ପଷ୍ଟ ହୋଇପାରିବ । ତେବେ ଏହା ପ୍ରଭାବରେ ଆସନ୍ତାକାଲି ରାତିରୁ ଆରମ୍ଭ ହୋଇଯିବ ବର୍ଷା, ପବନ । ଏହି ସମୟରେ ପବନ ବେଗ ସର୍ବାଧିକ ୯୦ରୁ ୧୦୦ କି.ମି ରହିବ ବୋଲି କହିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଏଥିପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର ୪ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ, ୭ ଜିଲ୍ଲାକୁ ଅରେଞ୍ଜ ଓ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ରାୟଗଡା, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସାମ୍ଭାବ୍ୟ ବାତ୍ୟା ଉପରେ ନଜର ରଖି ସବୁ ବନ୍ଦରରେ ବିପଦ ସଙ୍କେତ ୩ କିମ୍ବା ୪ ଦିଆଯିବ । ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତ ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରି ଆସିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଚାଷୀମାନେ ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେବା ସହ ବିଲରୁ ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି ।
ତେବେ ବାତ୍ୟା 'ଜୱାଦ' କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହା ସ୍ପଷ୍ଟ ହୋଇନି । ବର୍ଷା ପ୍ରଥମେ ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେବ । ତା' ପରେ ଉତ୍ତର ଓଡ଼ିଶା ଆଡ଼କୁ ବର୍ଷା, ପବନ ଗତି କରିବ । ତେବେ ୩ ତାରିଖ ମଧ୍ୟରାତ୍ରୀ ପରେ ପବନ ବେଗ ବଢ଼ିବାକୁ ଲାଗିବ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ଆରମ୍ଭ ହୋଇ ୪ ତାରିଖ ଅପରାହ୍ନ ବେଳକୁ ୭୦ରୁ ୯୦କିମି ପର୍ଯ୍ୟନ୍ତ ବହିବ ବୋଲି କହିଛନ୍ତି IMD ଡିଜି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications