ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଚେନ୍ନାଇ ଓ ମଚ୍ଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବା ନେଇ ପୂର୍ବାନୁମାନ
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ଆଜି ଅବପାତର ପରିଣତ ହୋଇଛି । ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି ।
କ୍ରମଶଃ ଏହା ଆହୁରି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ଡ଼ିସେମ୍ବର ୩ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇପାରେ । ତେବେ ବାତ୍ୟାରେ ପରିଣତ ହେବା ପରେ ୪ ତାରିଖ ସନ୍ଧ୍ୟାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଚେନ୍ନାଇ ଓ ମଚ୍ଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି ।
ତେବେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି । ତାମିଲନାଡୁରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି NDRF ଟିମ୍କୁ ମୁତୟନ କରାଯାଇଛି । ପ୍ରବଳ ବର୍ଷା ଯୋଗୁ କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା ହୋଇଛି । ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ସମ୍ମୁଖରେ ମଧ୍ୟ ବର୍ଷା ଯୋଗୁ ଭକ୍ତମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।

ଓଡ଼ିଶା ଉପରେ କେତେ ପ୍ରଭାବ ପଡ଼ିବ, ତାହା ସ୍ପଷ୍ଟ ହୋଇନାହିଁ । ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ SRC ଚିଠି ଲେଖିଛନ୍ତି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ସେହିପରି ଚାଷୀଙ୍କୁ ସତର୍କ କରାଇବାକୁ ଏସ୍ଆରସି କହିଛନ୍ତି । ବିଭିନ୍ନ ବିଭାଗର ସଚିବଙ୍କୁ ମଧ୍ୟ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ । ତେଣୁ ସମୁଦ୍ରକୁ ନ ଯିବାକୁ ଧୀବରଙ୍କୁ ପରାମର୍ଶ ଦିଆଯାଇଛି ।
ଏହାର ୪୮ ଘଣ୍ଟା ମଧ୍ୟରେ ତାହା ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହା ପ୍ରଭାବରେ ୧ ତାରିଖରୁ ସମୁଦ୍ର ଅଶାନ୍ତରୁ ଅଧିକ ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ଗଭୀର ସମୁଦ୍ରରେ ରହିଛନ୍ତି, ସେମାନେ ୧ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications